Posted inଜାତୀୟ

୪୦ ଜୀବନ ଯିବାପରେ ୫୬୮ ଜଣ ଗିରଫ, ମଦମୃତ୍ୟୁର ହିସାବ ୧୬ ନଭେମ୍ବରରେ ନେବେ ମୁଖ୍ୟମନ୍ତ୍ରୀ…

ପାଟନା,୯।୧୧: ବିହାରର ଗୋପାଳଗଞ୍ଜ, ବେତିୟା ଏବଂ ସମସ୍ତିପୁରରେ ବିଷାକ୍ତ ମଦ ପିଇବା ପରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ଏବେ ପୋଲିସ କ୍ରମାଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଲାଗିଛି। ନଭେମ୍ବର ୧୬ ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଦ ନିଷେଧାଦେଶର ଉପରେ ଏକ ସମୀକ୍ଷା ବୈଠକ ଡକାଇଛନ୍ତି। ବୈଠକରେ ଅଧିକାରୀଙ୍କ ସହ ଆଲୋଚନା କରାଯିବା ସହିତ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।

ସେ ପ୍ରତ୍ୟେକ ଜିଲାର ମଦ ନିଷେଧାଦେଶର ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପୂର୍ବରୁ ବିହାର ପୋଲିସ ମଦ ବ୍ୟବସାୟୀଙ୍କୁ ଖୋଜାଖୋଜି ଗିରଫ କରୁଛି। ବେଆଇନ ମଦ ଚୁଲିଗୁଡିକ ଭାଙ୍ଗି ଦିଆଯାଉଛି। ପ୍ରତ୍ୟେକ ଜିଲାର ମଦ ନିଷେଧାଦେଶର ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପୋଲିସ ଟିମ ପକ୍ଷରୁ ଇତି ମଧ୍ୟରେ ୭୪୯ ଚଢ଼ାଉ କରାଯାଇ ୫୬୮ ଜଣଙ୍କୁ ଗିରଫ କରାଯାଇଛି। ଚଢ଼ାଉ ସମୟରେ ୧୫,୨୪୬ଲିଟର ବିଦେଶୀ ମଦ, ୩,୪୩୫ ଲିଟର ଦେଶୀ ମଦ, ୪୯୭ ଲିଟର ମହୁଆ ମଦ ଏବଂ ୫୦୦ ଲିଟର ସ୍ପିରିଟ୍‌ ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ୩୪୭ ମାମଲା ରୁଜୁ କରାଯାଇଛି। ମଦ କାରବାରରେ ନିୟୋଜିତ ୭୧ ଟି ଗାଡି ଜବତ ହୋଇଛି।

ଏହି ସମୟରେ ଆଠ ଲକ୍ଷରୁ ଅଧିକ ନଗଦ ଟଙ୍କା ମଧ୍ୟ ଜବତ କରାଯାଇଛି। ପୋଲିସର କାର୍ଯ୍ୟରେ ମୁଜାଫରପୁର ଜିଲ୍ଲାରୁ ସର୍ବାଧିକ ୧୬ ହଜାର ଲିଟର ମଦ ଜବତ ହୋଇଛି। ଗୋପାଳଗଞ୍ଜ ଜିଲାରେ ସର୍ବାଧିକ ଚଢ଼ାଉ କରାଯାଇଛି। ୩୭୬ ଚଢ଼ାଉରେ ୧୬୪ ଜଣଙ୍କୁ ଗିରଫ କରାଯାଇଛି। ସେହିପରି ୧୭୦୦ ଲିଟରରୁ ଅଧିକ ମଦ ଜବତ କରାଯାଇଛି।

ବେତିଆରେ ୧୭୭ ଚଢ଼ାଉରେ ପ୍ରାୟ ୮୫୦ ଲିଟର ଏବଂ ସମସ୍ତିପୁରରେ ୩୨ ଚଢ଼ାଉରେ ୪୧୦ ଲିଟର ଦେଶୀ ମଦ ଏବଂ ୪୬୫ ଲିଟର ସ୍ପିରିଟ୍‌ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri