Posted inUncategorized

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଦିନେଶ ପୃଥ୍ବୀ ଅଧ୍ୟକ୍ଷ ନରାକାସ (ବ୍ୟାଙ୍କ) ଏବଂ ମୁଖ୍ୟ ମହାପ୍ରବନ୍ଧକ ଏସ୍‌ବିଆଇ ଭୁବନେଶ୍ବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ତଥା ରାଜଭାଷା ବିଭାଗର ପ୍ରତିନିଧି ନିର୍ମଲ କୁମାର ଦୁବେ, ସହକାରୀ ନିର୍ଦ୍ଦେଶକ (କାର୍ଯ୍ୟାନ୍ବୟନ)ଙ୍କ ଉପସ୍ଥିତିରେ ଏହି ବୈଠକ ସମ୍ପାଦିତ ହୋଇଯାଇଛି। ଏହି ବୈଠକରେ ଡ. ସାରଦା ପ୍ରସନ୍ନ ମହାନ୍ତି, କ୍ଷେତ୍ରୀୟ ନିର୍ଦ୍ଦେଶକ,ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ), ଡା. ସୁଧାଂଶୁ କେକେ ମିଶ୍ର, ମୁଖ୍ୟ ମହାପ୍ରବନ୍ଧକ,ନାବାର୍ଡ,ମନୋଜ କୁମାର ସିଂହ ଉପାଧ୍ୟକ୍ଷ ଏବଂ ମଣ୍ଡଳ ବିକାଶ ଅଧିକାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଭୁବନେଶ୍ବର ସ୍ଥିତ ସମସ୍ତ ସରକାରୀ ବ୍ୟାଙ୍କ ଏବଂ ବୀମା କମ୍ପାନୀର ଉପ ମହାପ୍ରବନ୍ଧକ, ବରିଷ୍ଠ କାର୍ଯ୍ୟପାଳକ ଏବଂ ରାଜଭାଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକ ପ୍ରାରମ୍ଭରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଉପସଭାପତି ମନୋଜ କୁମାର ସିଂହ ସ୍ବାଗତ ଭାଷଣ ପ୍ରଦାନ ସହ ସମସ୍ତ ସଦସ୍ୟଙ୍କ ସକ୍ରିୟ ସହଯୋଗ ପାଇଁ ପ୍ରଶଂସା କରିଥିଲେ। ବୈଠକରେ ସଦସ୍ୟ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକ ଦ୍ୱାରା ରାଜଭାଷାର ପ୍ରଚାରପ୍ରସାର ପାଇଁ ଗତ ୬ମାସ ମଧ୍ୟରେ ଆୟୋଜନ କରାଯାଇଥିବା ବିଭିନ୍ନ ହିନ୍ଦୀ କାର୍ଯ୍ୟକ୍ରମ ସମ୍ପର୍କିତ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଗୃହ ମନ୍ତ୍ରଣାଳୟର ସହକାରୀ ନିର୍ଦ୍ଦେଶକ ନିର୍ମଳ କୁମାର ଦୁବେ ତାଙ୍କ ସମୀକ୍ଷାରେ ନରାକାସ୍‌(ବ୍ୟାଙ୍କ)ଭୁବନେଶ୍ୱରର ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଏହି କମିଟି ଦେଶର ଶ୍ରେଷ୍ଠ କମିଟି ମଧ୍ୟରୁ ଅନ୍ୟତମ ବୋଲି କହିଥିଲେ। ଏପରିକି କ୍ରମାଗତ ଭାବେ ଜାତୀୟସ୍ତରରେ ରାଜଭାଷା କୀର୍ତ୍ତି ପୁରସ୍କାର ପାଇବା ଗର୍ବ ଓ ଗୌରବର ବିଷୟ ହୋଇଥିଲାବେଳେ ଏହି ଉତ୍ସାହକୁ ବଜାୟ ରଖି ସମସ୍ତ ସଦସ୍ୟଙ୍କୁ ଆଗକୁ ମଧ୍ୟ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିବା ପାଇଁ ସେ କହିଥିଲେ। ଏହି ଅବସରରେ ସଦସ୍ୟ କାର୍ଯ୍ୟାଳୟଙ୍କ ପକ୍ଷରୁ ଆୟୋଜିତ ହିନ୍ଦୀ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ସଦସ୍ୟ ସଚିବ ତଥା ଏସ୍‌ବିଆଇର ସହାୟକ ମହାପ୍ରବନ୍ଧକ (ରାଜଭାଷା) ବି.ବି . ଗୋପାଳ ରେଡ୍ଡୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିଶେଷରେ ଆର୍‌ବିଆଇର ସହାୟକ ମହାପ୍ରବନ୍ଧକ (ରାଜଭାଷା) ବିବେକ ଯାଦବ ଧନ୍ୟବାଦ ଅଭିଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri