Posted inUncategorized

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଦିନେଶ ପୃଥ୍ବୀ ଅଧ୍ୟକ୍ଷ ନରାକାସ (ବ୍ୟାଙ୍କ) ଏବଂ ମୁଖ୍ୟ ମହାପ୍ରବନ୍ଧକ ଏସ୍‌ବିଆଇ ଭୁବନେଶ୍ବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ତଥା ରାଜଭାଷା ବିଭାଗର ପ୍ରତିନିଧି ନିର୍ମଲ କୁମାର ଦୁବେ, ସହକାରୀ ନିର୍ଦ୍ଦେଶକ (କାର୍ଯ୍ୟାନ୍ବୟନ)ଙ୍କ ଉପସ୍ଥିତିରେ ଏହି ବୈଠକ ସମ୍ପାଦିତ ହୋଇଯାଇଛି। ଏହି ବୈଠକରେ ଡ. ସାରଦା ପ୍ରସନ୍ନ ମହାନ୍ତି, କ୍ଷେତ୍ରୀୟ ନିର୍ଦ୍ଦେଶକ,ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ), ଡା. ସୁଧାଂଶୁ କେକେ ମିଶ୍ର, ମୁଖ୍ୟ ମହାପ୍ରବନ୍ଧକ,ନାବାର୍ଡ,ମନୋଜ କୁମାର ସିଂହ ଉପାଧ୍ୟକ୍ଷ ଏବଂ ମଣ୍ଡଳ ବିକାଶ ଅଧିକାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଭୁବନେଶ୍ବର ସ୍ଥିତ ସମସ୍ତ ସରକାରୀ ବ୍ୟାଙ୍କ ଏବଂ ବୀମା କମ୍ପାନୀର ଉପ ମହାପ୍ରବନ୍ଧକ, ବରିଷ୍ଠ କାର୍ଯ୍ୟପାଳକ ଏବଂ ରାଜଭାଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକ ପ୍ରାରମ୍ଭରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଉପସଭାପତି ମନୋଜ କୁମାର ସିଂହ ସ୍ବାଗତ ଭାଷଣ ପ୍ରଦାନ ସହ ସମସ୍ତ ସଦସ୍ୟଙ୍କ ସକ୍ରିୟ ସହଯୋଗ ପାଇଁ ପ୍ରଶଂସା କରିଥିଲେ। ବୈଠକରେ ସଦସ୍ୟ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକ ଦ୍ୱାରା ରାଜଭାଷାର ପ୍ରଚାରପ୍ରସାର ପାଇଁ ଗତ ୬ମାସ ମଧ୍ୟରେ ଆୟୋଜନ କରାଯାଇଥିବା ବିଭିନ୍ନ ହିନ୍ଦୀ କାର୍ଯ୍ୟକ୍ରମ ସମ୍ପର୍କିତ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଗୃହ ମନ୍ତ୍ରଣାଳୟର ସହକାରୀ ନିର୍ଦ୍ଦେଶକ ନିର୍ମଳ କୁମାର ଦୁବେ ତାଙ୍କ ସମୀକ୍ଷାରେ ନରାକାସ୍‌(ବ୍ୟାଙ୍କ)ଭୁବନେଶ୍ୱରର ପ୍ରଦର୍ଶନକୁ ପ୍ରଶଂସା କରିବା ସହ ଏହି କମିଟି ଦେଶର ଶ୍ରେଷ୍ଠ କମିଟି ମଧ୍ୟରୁ ଅନ୍ୟତମ ବୋଲି କହିଥିଲେ। ଏପରିକି କ୍ରମାଗତ ଭାବେ ଜାତୀୟସ୍ତରରେ ରାଜଭାଷା କୀର୍ତ୍ତି ପୁରସ୍କାର ପାଇବା ଗର୍ବ ଓ ଗୌରବର ବିଷୟ ହୋଇଥିଲାବେଳେ ଏହି ଉତ୍ସାହକୁ ବଜାୟ ରଖି ସମସ୍ତ ସଦସ୍ୟଙ୍କୁ ଆଗକୁ ମଧ୍ୟ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିବା ପାଇଁ ସେ କହିଥିଲେ। ଏହି ଅବସରରେ ସଦସ୍ୟ କାର୍ଯ୍ୟାଳୟଙ୍କ ପକ୍ଷରୁ ଆୟୋଜିତ ହିନ୍ଦୀ ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ସଦସ୍ୟ ସଚିବ ତଥା ଏସ୍‌ବିଆଇର ସହାୟକ ମହାପ୍ରବନ୍ଧକ (ରାଜଭାଷା) ବି.ବି . ଗୋପାଳ ରେଡ୍ଡୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରିଶେଷରେ ଆର୍‌ବିଆଇର ସହାୟକ ମହାପ୍ରବନ୍ଧକ (ରାଜଭାଷା) ବିବେକ ଯାଦବ ଧନ୍ୟବାଦ ଅଭିଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?