ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ବ୍ଲକର ୫୭ ଜଣ ଶିକ୍ଷକଙ୍କୁ ଲେଭଲ-୩ ପଦୋନ୍ନତି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଦୀର୍ଘଦିନ ଧରି ଶିକ୍ଷକମାନେ ପଦୋନ୍ନତି ପାଇଁ ଯୋଗ୍ୟ ହୋଇ ସାରିଥିଲେ ମଧ୍ୟ କେନ୍ଦୁଝର ଜିଲାରେ ତାହା ଲାଗୁ କରାଯାଉ ନ ଥିଲା। ଶିକ୍ଷାଦାନ କ୍ଷେତ୍ରରେ ସେବା ଯୋଗାଇ ଆସୁଥିବା ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଅନେକ ଦିନର ଅପେକ୍ଷାର ଅନ୍ତ ପରେ ସୋମବାର ଏହି ପଦୋନ୍ନତି ମିଳିଥିବାରୁ ସେମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି।
ବ୍ଲକ ଶିକ୍ଷା ଅଧିକାରୀ ରାଜୀବ ଦଳେଇଙ୍କ ସମେତ ବ୍ଲକ ସହକାରୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ନାୟକ ଏବଂ ଭାରପ୍ରାପ୍ତ ବ୍ଲକ ସହକାରୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ମୁଖ୍ୟ କିରାଣୀ ଶିଶିର କୁମାର ଜେନା, ପ୍ରସନ୍ନ କୁମାର ବେହେରା, ଡିଇଓ ସୁଶାନ୍ତ ସାହୁ ପ୍ରମୁଖ ଯୋଗଦେଇ ପଦୋନ୍ନତିପ୍ରାପ୍ତ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ଏହା ସହିତ ନିଷ୍ଠା, ଦାୟିତ୍ୱବୋଧ ଓ ଉତ୍ସର୍ଗୀକୃତ ମନୋଭାବର ସହ ଶିକ୍ଷାଦାନ କରିବାକୁ ଅଧିକାରୀମାନେ ପରାମର୍ଶ ଦେଇଥିଲେ। ପଦୋନ୍ନତି ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ଏହି ସୁଯୋଗ ପାଇଁ ଶିକ୍ଷା ବିଭାଗ ପ୍ରତି ଓ ସଂଘର କର୍ମକର୍ତ୍ତା ମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ଶ୍ରୀକାନ୍ତ ପଟ୍ଟନାୟକ, ପ୍ରଫୁଲ୍ଲ କୁମାର ସାହୁ, ବିଷ୍ଣୁ ପ୍ରସାଦ ସାହୁ, ଅନିରୁଦ୍ଧ ବିଶ୍ୱାଳ, କ୍ଷେତ୍ରବାସୀ ମିଶ୍ର, କେଶବ ଚନ୍ଦ୍ର ପାତ୍ରଙ୍କ ସମେତ ଶିକ୍ଷକ ସଂଘର କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri