୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ ନୂଆ ଯୋଜନା ସୁଭଦ୍ରାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସୁକତା ଦେଖାଯାଇଛି। ବ୍ୟାଙ୍କଠାରୁ ଆରମ୍ଭ କରି ଅଙ୍ଗନଓ୍ବାଡି କେନ୍ଦ୍ର, ମୋ’ ସେବାକେନ୍ଦ୍ର, କମନ ସର୍ଭିସ ସେଣ୍ଟର ଆଦିରେ ଲମ୍ବା ଧାଡ଼ିରେ ରହି ନିଜ ନାମ କିଭଳି ପ୍ରଥମେ ପଞ୍ଜୀକୃତ ହୋଇପାରିବ ସେନେଇ ଧାଡ଼ି ଲଗାଇଛନ୍ତି। ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଏହି ଯୋଜନାର ସଫଳ ରୂପାୟନକୁ ନେଇ ଘନଘନ ବୈଠକ ସହ ତଦାରଖ କରାଯାଉଛି। ମହିଳାଙ୍କୁ ଗାଁ ଗାଁରେ ସଚେତନ କରିବାକୁ ସୁଭଦ୍ରା ରଥକୁ ଗୁରୁବାରଠାରୁ ବୁଲିବା ପାଇଁ ଶୁଭ ଉଦ୍‌ଘାଟନ କରାଯାଇଛି। ବ୍ଲକ ଅଞ୍ଚଳରେ ୫୭ ହଜାର ମହିଳା ଏହି ଯୋଜନାରେ ସାମିଲ ହେବାକୁ ଲକ୍ଷ୍ୟ ରହିଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ସର୍ବାଧିକ ୧୩ ହଜାର ମହିଳାଙ୍କ ନାମ ଏହି ଯୋଜନାରେ ପଞ୍ଜୀକୃତ କରାଯାଇଛି। ୨୫ ପଞ୍ଚାୟତ ଅଞ୍ଚଳରେ ଥିବା ବିଭିନ୍ନ ଅଙ୍ଗନଓ୍ବାଡି କେନ୍ଦ୍ରରେ ଏବେ ସୁଦ୍ଧା ପ୍ରାୟ ୩୬ ହଜାର ସୁଭଦ୍ରା ଫର୍ମ ବଣ୍ଟନ ହୋଇସାରିଛି ବୋଲି ବିଡିଓ ତଥା ଏହି ଯୋଜନାର ଅଧ୍ୟକ୍ଷ ଗଦାଧର ପାତ୍ର କହିଛନ୍ତି। ଏହି କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରାଯାଉଥିବା ଓ ଏଥିପାଇଁ ମିଶନଶକ୍ତିର ବିଭିନ୍ନ ବିଭାଗର କର୍ମକର୍ତ୍ତା, ଅଙ୍ଗନଓ୍ବାଡି କର୍ମୀଙ୍କ ସମେତ ବହୁ ସରକାରୀ କର୍ମଚାରୀଙ୍କୁ ନିୟୋଜିତ କରାଯାଇଥିବା କୁହାଯାଇଛି। ସେପଟେ ମହିଳାମାନେ ଏହି ଯୋଜନାରେ ଅର୍ଥ ପାଇବା ପରେ ଅନେକ ଯୋଜନା କରିସାରିଛନ୍ତି କିଏ କୁକୁଡ଼ା ଚାଷ ତ କିଏ ଛେଳି, ପନିପରିବା ଚାଷ ସହ ଛୋଟ ବଡ଼ ବ୍ୟବସାୟୀ କରି ନିଜ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି।
ସୂଚନାଯୋଗ୍ୟ, ୨୧ରୁ ୬୦ବର୍ଷର ମହିଳାମାନଙ୍କୁ ଏହି ଯୋଜନାରେ ସାମିଲ କରାଯାଇଥିବା ବେଳେ ଏହି ଯୋଜନାର ଗାଇଡ୍‌ଲାଇନ୍‌ ଓ ଫାଇଦା ସମ୍ପର୍କରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri