ନିଯୁକ୍ତି ପାଇଲେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ, ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୩।୨(ଅନିଲ ଦାସ): ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍‌ଭେନଶନ ସେଣ୍ଟରରେ ଏକ ନିଯୁକ୍ତି ପର୍ବ ଓ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରୀଛାତ୍ରଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବା ସହ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରୀଛାତ୍ରଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହି ଲକ୍ଷ୍ୟ ନେଇ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜାରି ରହିଛି। ଏହାଦ୍ବାରା ରାଜ୍ୟର ସ୍କୁଲଗୁଡ଼ିକର ଭିତ୍ତିଭୂମି ଓ ପରିବେଶରେ ସମ୍ପୂର୍ଣ୍ଣ ରୂପାନ୍ତର ଆସିଛି। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ସ୍କୁଲଗୁଡ଼ିକରେ ଶିକ୍ଷାର ଗୁଣାତ୍ମକ ମାନରେ ଉଲ୍ଲେଖନୀୟ ବୃଦ୍ଧି ଆସିପାରିଛି। ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪୬୦୫ଟି ନୂଆ କ୍ଲାସ୍‌ରୁମ୍‌,୧୬,୯୨୦ ସ୍ମାର୍ଟ କ୍ଲାସ୍‌ରୁମ୍‌, ୭୮୬୩ ଆଧୁନିକ ଲାବୋରେଟୋରି ଏବଂ ୭୯୨୦ ଇ-ଲାଇବ୍ରେରି ସୃଷ୍ଟି କରାଯାଇଛି। ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ୫-ଟି ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି। ପିଲାଙ୍କ ନୈତିକ ବିଚାରଧାରାରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ସେ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି। ବିଭାଗୀୟ ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ସୁଶାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri