ନିଯୁକ୍ତି ପାଇଲେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ, ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୩।୨(ଅନିଲ ଦାସ): ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍‌ଭେନଶନ ସେଣ୍ଟରରେ ଏକ ନିଯୁକ୍ତି ପର୍ବ ଓ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରୀଛାତ୍ରଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବା ସହ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରୀଛାତ୍ରଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହି ଲକ୍ଷ୍ୟ ନେଇ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜାରି ରହିଛି। ଏହାଦ୍ବାରା ରାଜ୍ୟର ସ୍କୁଲଗୁଡ଼ିକର ଭିତ୍ତିଭୂମି ଓ ପରିବେଶରେ ସମ୍ପୂର୍ଣ୍ଣ ରୂପାନ୍ତର ଆସିଛି। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ସହାୟତାପ୍ରାପ୍ତ ସ୍କୁଲଗୁଡ଼ିକରେ ଶିକ୍ଷାର ଗୁଣାତ୍ମକ ମାନରେ ଉଲ୍ଲେଖନୀୟ ବୃଦ୍ଧି ଆସିପାରିଛି। ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪୬୦୫ଟି ନୂଆ କ୍ଲାସ୍‌ରୁମ୍‌,୧୬,୯୨୦ ସ୍ମାର୍ଟ କ୍ଲାସ୍‌ରୁମ୍‌, ୭୮୬୩ ଆଧୁନିକ ଲାବୋରେଟୋରି ଏବଂ ୭୯୨୦ ଇ-ଲାଇବ୍ରେରି ସୃଷ୍ଟି କରାଯାଇଛି। ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ୫-ଟି ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି। ପିଲାଙ୍କ ନୈତିକ ବିଚାରଧାରାରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ସେ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି। ବିଭାଗୀୟ ସଚିବ ଅଶ୍ବଥି ଏସ୍‌ ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ସୁଶାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri