ବୌଦ୍ଧ/ପୁରୁଣାକଟକ,୨୧ା୯-(ଅଜିତ କୁମାର ବାରିକ/ ସୁକାନ୍ତ କୁମାର ପଟନାୟକ ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତର ମୁଷାଡ ଗ୍ରାମରେ ଗଣେଶ ପୂଜା ବାସି ଭୋଗ ଖାଇ ବୁଧବାର ୫୮ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଥିବା ଜଣାଯାଇଛି। ପ୍ରକାଶ ଯେ, ମୁଷାଡ ଗ୍ରାମରେ ଯୁବକମାନଙ୍କ ଦ୍ୱାରା ମଙ୍ଗଳବାର ଗଣେଶ ପୂଜା ପାଳନ କରାଯାଇଥିଲା। ଏହି ଗଣେଶ ପୂଜାରେ ଠାକୁରଙ୍କ ପାଖରେ ପୂଜା ହୋଇଥିବା ବାସି ଚୁଡା ଭୋଗକୁ ବୁଧବାର ପୂର୍ବାହ୍ନରେ ଗଁା ଲୋକଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ତେବେ ଭୋଗ ଖାଇବାର କିଛି ସମୟ ପରେ ଅଧିକାଂଶ ବ୍ୟକ୍ତି ବାନ୍ତି କରିବା ସହ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲାା ମାତ୍ର ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଶଯ୍ୟା ନ ଥିବାରୁ ୨୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲାା ପ୍ରାଥମିକ ଚିକିତ୍ସା ପରେ ୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାଯାଇଛି। ଅନ୍ୟମାନେ ଏବେ ବି ଚିକିତ୍ସାଧୀନ ଅଛନ୍ତି। ଏ ସମ୍ପର୍କରେ ଖବର ପାଇ ବୌଦ୍ଧ ଏନ୍ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଜିଲା ମୁଖ୍ୟ ଚିକିତ୍ସାଳୟ ଯାଇ ଅସୁସ୍ଥ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିବା ବେଳେ ସ୍ଥିତି ଅନୁଧ୍ୟାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, କଟକ View All
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ
କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...
ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”
ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...
ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...
ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...
‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି
ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...
Archives


