ବୌଦ୍ଧ/ପୁରୁଣାକଟକ,୨୧ା୯-(ଅଜିତ କୁମାର ବାରିକ/ ସୁକାନ୍ତ କୁମାର ପଟନାୟକ ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତର ମୁଷାଡ ଗ୍ରାମରେ ଗଣେଶ ପୂଜା ବାସି ଭୋଗ ଖାଇ ବୁଧବାର ୫୮ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଥିବା ଜଣାଯାଇଛି। ପ୍ରକାଶ ଯେ, ମୁଷାଡ ଗ୍ରାମରେ ଯୁବକମାନଙ୍କ ଦ୍ୱାରା ମଙ୍ଗଳବାର ଗଣେଶ ପୂଜା ପାଳନ କରାଯାଇଥିଲା। ଏହି ଗଣେଶ ପୂଜାରେ ଠାକୁରଙ୍କ ପାଖରେ ପୂଜା ହୋଇଥିବା ବାସି ଚୁଡା ଭୋଗକୁ ବୁଧବାର ପୂର୍ବାହ୍ନରେ ଗଁା ଲୋକଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥିଲା। ତେବେ ଭୋଗ ଖାଇବାର କିଛି ସମୟ ପରେ ଅଧିକାଂଶ ବ୍ୟକ୍ତି ବାନ୍ତି କରିବା ସହ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ସମସ୍ତଙ୍କୁ ଚିକିତ୍ସା ପାଇଁ ପ୍ରଥମେ ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲାା ମାତ୍ର ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଶଯ୍ୟା ନ ଥିବାରୁ ୨୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲାା ପ୍ରାଥମିକ ଚିକିତ୍ସା ପରେ ୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାଯାଇଛି। ଅନ୍ୟମାନେ ଏବେ ବି ଚିକିତ୍ସାଧୀନ ଅଛନ୍ତି। ଏ ସମ୍ପର୍କରେ ଖବର ପାଇ ବୌଦ୍ଧ ଏନ୍ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଜିଲା ମୁଖ୍ୟ ଚିକିତ୍ସାଳୟ ଯାଇ ଅସୁସ୍ଥ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିବା ବେଳେ ସ୍ଥିତି ଅନୁଧ୍ୟାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, କଟକ View All
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…
ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…
ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…
ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ
ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…
ସୃଜନଶୀଳତାକୁ ପ୍ରାଧାନ୍ୟ
ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…
ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ
ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…
ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ
ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍ଘାଟିତ…
ଏଇ ଭାରତରେ
ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…
Archives

