Posted inଜାତୀୟ

ତାଉକାତେ ଆତଙ୍କ: ୫୮୦ କରୋନା ରୋଗୀଙ୍କୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଓ ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ତଉକାତେ’ ବାତ୍ୟାର ପ୍ରଭାବ ଯୋଗୁ ବୃହନମୁମ୍ବାଇ ନଗର ନିଗମ(ବିଏମ୍‌ସି) ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। କୋଭିଡ କେୟାର ସେଣ୍ଟରରୁ ୫୮୦ଜଣ ଆକ୍ରାନ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ମୁମ୍ବାଇର ବିକେସିରୁ ୨୪୩, ଦହିସରରୁ ୧୮୩, ଓ ମୁଲୁଣ୍ଡରୁ ୧୫୪ ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି ବିଏମ୍‌ସିର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନା ମୁତାବକ ଘୂର୍ଣ୍ଣିଝଡ଼ ତାଉକାତେ ବାତ୍ୟା ମୁମ୍ବାଇର ଉପକୂଳବର୍ତ୍ତୀ ଅଞ୍ଚଳ ମଧ୍ୟ ଦେଇ ଯାଇପାରେ। ଏହାର ପ୍ରଭାବରେ ସହରରେ ଘଣ୍ଟାପ୍ରତି ୬୦ରୁ ୮୦ କିଲୋମିଟର ବେଗରେ ପବନ ବୋହିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଯେଉଁଥିପାଇଁ ବିଏମ୍‌ସି ଏଭଳି ପଦକ୍ଷେପ ଗ୍ରହଣ କରିବା ସହ ସହରରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରିବାକୁ ବିଚାର କରୁଛି। କିନ୍ତୁ ଏହି ସମୟରେ ଉପାନ୍ତ ସହର ଟ୍ରେନ୍‌ ସେବା ଜାରି ରହିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri