କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୦୦ ପାର୍‌ କଲା

କୋରାପୁଟ,୨୫ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶୁକ୍ରବାର ଆଉ ୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୁଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୦୧କୁ ବୃଦ୍ଧିପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଏବଂ ୧୭ ଜଣ ମହିଳା ଅଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୫, ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୩୭ ଓ ୩୦ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ସେହିପରି ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା ହୋଇଥିବା ବେଳେ ଜଣେ ଛତିଶଗଡ଼, ୨ ଜଣ କନ୍ଧମାଳ ଓ ଜଣେ ଗଞ୍ଜାମ ଫେରନ୍ତା ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜୟପୁର ମ୍ୟୁନିସପାଲିଟିରୁ ୬, କୋରାପୁଟରୁ ୧୫, ସୁନାବେଡ଼ାରୁ ୯ ଓ କୋଟପାଡ଼ ଏନ୍‌ଏସିରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କୋରାପୁଟ ବ୍ଲକରୁ ୩, ବୈପାରୀଗୁଡ଼ାରୁ ୩, ବୋରିଗୁମ୍ମାରୁ ୨, ବନ୍ଧୁଗାଁରୁ ୩, ଜୟପୁରରୁ ୨ ଜଣ, କୋଟପାଡ଼ରୁ ଜଣେ, ଲମତାପୁଟରୁ ୨, କୁନ୍ଦ୍ରାରୁ ୧୧, ନାରାୟଣପାଟଣାରୁ ଜଣେ, ନନ୍ଦପୁରରୁ ୪, ପଟ୍ଟାଙ୍ଗିରୁ ଜଣେ ଓ ସେମିଳିଗୁଡ଼ା ବ୍ଲକ ଅଞ୍ଚଳରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri