ସଂକ୍ରମିତ ହେଲେଣି ୫୮୬ କରୋନା ଯୋଦ୍ଧା

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ତଥା କରୋନା ଯୋଦ୍ଧା ସଂକ୍ରମିତ ହେବାରେ ଲାଗିଛନ୍ତି । ପୁଣି ଜିଲାରେ ୪୩ ପଜିଟିଭ ଚିହ୍ନଟ ହୋଇଥିବା ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ସେଥିମଧ୍ୟରେ ଆସିକାରୁ ୧୨, ବେଗୁନିଆପଡା ଓ ଚିକିଟିରୁ ୨ ଜଣ ଲେଖାଏ, ବେଲଗୁଣ୍ଠା ଓ ସୋରଡ଼ାରୁ ୩ ଲେଖାଏ, ବିଏମ୍‌ସି ଓ ପୋଲସରାରୁ ୭ ଲେଖାଏ, ଭଞ୍ଜନଗର, ବୁଗୁଡ଼ା, ଛତ୍ରପୁର, ଜଗନ୍ନାଥପ୍ରସାଦ, କୁକୁଡାଖଣ୍ଡି, ରଙ୍ଗେଇଲୁଣ୍ଡା ଓ ସାନଖେମୁଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୫୮୬ କରୋନା ଯୋଦ୍ଧା ସଂକ୍ରମିତ ହେଲେଣି। ସେଥିରୁ ୧୯୨ସୁସ୍ଥ ହୋଇଥିବା ବେଳେ ୩୯୪ ଜଣ ଆକ୍ଟିଭ ଅଛନ୍ତି। ଅପରପକ୍ଷରେ ଏମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯିବା ସହ ପ୍ରତି ଅଫିସରେ ମନିଟରଙ୍କୁ ନିଯୁକ୍ତି ଦିଆଯାଇଛି। କୌଣସି ସରକାରୀ ଅଧିକାରୀ ଓ କର୍ମଚାରୀଙ୍କଠାରେ ଲକ୍ଷଣ ଦେଖାଗଲେ ସେମାନେ ମନିଟରଙ୍କୁ ଜଣାଇବେ। ମନିଟର ଏମାନଙ୍କର ଟେଷ୍ଟିଙ୍ଗ ଓ ଚିକିତ୍ସା ବ୍ୟବସ୍ଥା କରିବାକୁ କୁହାଯାଇଛି । ଜିଲାର ବ୍ଲକ, ତହସିଲ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀ କରୋନା ସଂକ୍ରମିତ ହେଉଥିବାରୁ ଅନ୍ୟ ବିଭାଗର କର୍ମଚାରୀମାନଙ୍କୁ ଏମାନଙ୍କ କାର୍ଯ୍ୟ ବଣ୍ଟନ କରିବା ଆରମ୍ଭ ହୋଇଛି। ଏଥିସହ ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ସଦର ମହକୁମା ଛାଡି ଅନ୍ୟତ୍ର ଯିବା ଆସିବା କରିବାକୁ ଜିଲାପାଳଙ୍କ ପକ୍ଷରୁ ବାରଣ କରାଯାଇଛି । ସରକାରୀ କାର୍ଯ୍ୟ ପାଇଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ଦେଖାଇବା ସହ ଉପଜିଲାପାଳଙ୍କ ପାଶ ଥିଲେ ବାହାର ଜିଲାକୁ ଛଡ଼ାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା

ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

ଭାଜପାରେ ମିଶିଲେ ପୂର୍ବତନ ବିଧାୟକ

ବୁଗୁଡ଼ା,୧୦ା୫(କାଳୀଚରଣ ଦାଶ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶୁକ୍ରବାର ବୁଗୁଡ଼ାସ୍ଥିତ ଦଳୀୟ କାର୍ଯ୍ୟାଳୟଠାରେ ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଭାଜପାରେ...

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ

ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri