ସଂକ୍ରମିତ ହେଲେଣି ୫୮୬ କରୋନା ଯୋଦ୍ଧା

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ତଥା କରୋନା ଯୋଦ୍ଧା ସଂକ୍ରମିତ ହେବାରେ ଲାଗିଛନ୍ତି । ପୁଣି ଜିଲାରେ ୪୩ ପଜିଟିଭ ଚିହ୍ନଟ ହୋଇଥିବା ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ସେଥିମଧ୍ୟରେ ଆସିକାରୁ ୧୨, ବେଗୁନିଆପଡା ଓ ଚିକିଟିରୁ ୨ ଜଣ ଲେଖାଏ, ବେଲଗୁଣ୍ଠା ଓ ସୋରଡ଼ାରୁ ୩ ଲେଖାଏ, ବିଏମ୍‌ସି ଓ ପୋଲସରାରୁ ୭ ଲେଖାଏ, ଭଞ୍ଜନଗର, ବୁଗୁଡ଼ା, ଛତ୍ରପୁର, ଜଗନ୍ନାଥପ୍ରସାଦ, କୁକୁଡାଖଣ୍ଡି, ରଙ୍ଗେଇଲୁଣ୍ଡା ଓ ସାନଖେମୁଣ୍ଡିରୁ ଜଣେ ଲେଖାଏ ଅଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୫୮୬ କରୋନା ଯୋଦ୍ଧା ସଂକ୍ରମିତ ହେଲେଣି। ସେଥିରୁ ୧୯୨ସୁସ୍ଥ ହୋଇଥିବା ବେଳେ ୩୯୪ ଜଣ ଆକ୍ଟିଭ ଅଛନ୍ତି। ଅପରପକ୍ଷରେ ଏମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯିବା ସହ ପ୍ରତି ଅଫିସରେ ମନିଟରଙ୍କୁ ନିଯୁକ୍ତି ଦିଆଯାଇଛି। କୌଣସି ସରକାରୀ ଅଧିକାରୀ ଓ କର୍ମଚାରୀଙ୍କଠାରେ ଲକ୍ଷଣ ଦେଖାଗଲେ ସେମାନେ ମନିଟରଙ୍କୁ ଜଣାଇବେ। ମନିଟର ଏମାନଙ୍କର ଟେଷ୍ଟିଙ୍ଗ ଓ ଚିକିତ୍ସା ବ୍ୟବସ୍ଥା କରିବାକୁ କୁହାଯାଇଛି । ଜିଲାର ବ୍ଲକ, ତହସିଲ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀ କରୋନା ସଂକ୍ରମିତ ହେଉଥିବାରୁ ଅନ୍ୟ ବିଭାଗର କର୍ମଚାରୀମାନଙ୍କୁ ଏମାନଙ୍କ କାର୍ଯ୍ୟ ବଣ୍ଟନ କରିବା ଆରମ୍ଭ ହୋଇଛି। ଏଥିସହ ଜିଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ସଦର ମହକୁମା ଛାଡି ଅନ୍ୟତ୍ର ଯିବା ଆସିବା କରିବାକୁ ଜିଲାପାଳଙ୍କ ପକ୍ଷରୁ ବାରଣ କରାଯାଇଛି । ସରକାରୀ କାର୍ଯ୍ୟ ପାଇଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ଦେଖାଇବା ସହ ଉପଜିଲାପାଳଙ୍କ ପାଶ ଥିଲେ ବାହାର ଜିଲାକୁ ଛଡ଼ାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?