୧୩୩୨ ହିତାଧିକାରୀଙ୍କୁ ୫୯.୨୩ କୋଟି ଋଣ

ବାଲେଶ୍ୱର ଅଫିସ, ୯।୧୦: ବାଲେଶ୍ୱର ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲାର ୧୩୩୨ଜଣ ହିତାଧିକାରୀଙ୍କୁ ବିଭିନ୍ନ ବ୍ୟାଙ୍କ ତରଫରୁ ୫୯.୨୩ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ଭାରତ ସରକାରଙ୍କ ଅଧୀନ ଅର୍ଥନୈତିକ ସେବା ବିଭାଗ ନିର୍ଦ୍ଦେଶକ୍ରମେ ଜିଲା ଅଗ୍ରଣୀ ବ୍ୟାଙ୍କ ୟୁକୋ ବ୍ୟାଙ୍କ ସମେତ ଅନ୍ୟାନ୍ୟ ବ୍ୟାଙ୍କ ସହଯୋଗରେ ଆୟୋଜିତ ଶିବିରକୁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରି ସମ୍ପ୍ରତି ବ୍ୟାଙ୍କ ସେବାରେ ଉଲ୍ଲେଖନୀୟ ଅଗ୍ରଗତି ହୋଇପାରିଥିବା ମତବ୍ୟକ୍ତ କରିଥିଲେ। ପୂର୍ବରୁ କୌଣସି ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଜଟିଳ ପ୍ରକ୍ରିୟା ହୋଇଥିବା ବେଳେ ଏବେ ତାହା ଅତ୍ୟନ୍ତ ସରଳ ହୋଇପାରିଥିବା ସେ କହିଥିଲେ। ବ୍ୟାଙ୍କ ଋଣ ପାଇବା ମଧ୍ୟ ଏବେ ସହଜ ହୋଇପାରିଛି । ସରକାରୀ ସ୍କିମ୍‌ରେ କମ୍‌ ସୁଧ ବା ସବ୍‌ସିଡ଼ିରେ ଜନସାଧାରଣ ଋଣ ପାଇପାରିବେ। ତେଣୁ ଏ ଦିଗରେ ପଦକ୍ଷେପ ନେବା ସହ ବାଲେଶ୍ୱର ଜିଲାର ଜନସାଧରଣଙ୍କ ଆବଶ୍ୟକତା ଅନୁଯାୟୀ ବ୍ୟାଙ୍କମାନେ ଋଣ ପ୍ରଦାନ ଲାଗି ଆଗେଇ ଆସିବାକୁ ଜିଲାପାଳ ଆହ୍ବାନ ଦେଇଥିଲେ ।
ୟୁକୋ ବ୍ୟାଙ୍କ କ୍ଷେତ୍ରୀୟ ପ୍ରବନ୍ଧକ ଲଲାଟେନ୍ଦୁ ବେହେରା, ନାବାର୍ଡ ଜିଲା ଉନ୍ନୟନ ଅଧିକାରୀ ତାପସ ରଞ୍ଜନ ପ୍ରଧାନ, ୟୁନିଅନ ବ୍ୟାଙ୍କ କ୍ଷେତ୍ରୀୟ ପ୍ରବନ୍ଧକ ଶଙ୍କର ହେମ୍ବ୍ରମ, ଜିଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ସୁଦୀପ ଡାକୁଆ, ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଶୁଭାଶିଷ ମହାପାତ୍ର, ମତ୍ସ୍ୟ ବିଭାଗ ଉପନିର୍ଦ୍ଦେଶକ ସନ୍ତୋଷ ଦଳେଇ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନର ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ମୁଖ୍ୟତଃ କୃଷି, ଅଣୁ ଓ କ୍ଷୁଦ୍ର ଶିଳ୍ପ, ଗୃହ ଋଣ, ଗୋଷ୍ଠୀ ଋଣ ଆଦିକୁ ଅଗ୍ରାଧିକାର ଦେବା ସହିତ ଖାଉଟି ଉପଭୋକ୍ତା ଋଣ, ଅଟୋମୋବାଇଲ ଋଣକୁ ପ୍ରାଧାନ୍ୟ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହାଦ୍ୱାରା ଅର୍ଥନୈତିକ ଅଗ୍ରଗତି ସହିତ ରୋଜଗାରର କ୍ଷେତ୍ର ମଧ୍ୟ ସୃଷ୍ଟି ହୋଇପାରିବ। ଶିବିରରେ ଜିଲାରେ କାର୍ଯ୍ୟରତ ପ୍ରାୟ ୨୫ଟି ସରକାରୀ, ବେସରକାରୀ ବ୍ୟାଙ୍କ ଅଂଶଗ୍ରହଣ କରି ନିଜ ଷ୍ଟଲ ମାଧ୍ୟମରେ ବ୍ୟାଙ୍କ ସ୍କିମ୍‌ଗୁଡିକର ପ୍ରଦର୍ଶନ କରିଥିଲେ। ଗ୍ରାହକମାନଙ୍କୁ ସରଳ ଭାବରେ ବ୍ୟାଙ୍କ ଋଣ ଏବଂ ଅନ୍ୟାନ୍ୟ ବ୍ୟାଙ୍କ ସେବା ସମ୍ପର୍କରେ ବୁଝାଇଥିଲେ। ଏଥିରେ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣ ସମ୍ବନ୍ଧୀୟ ସମସ୍ତ ତଥ୍ୟ ଦୃଶ୍ୟଶ୍ରାବ୍ୟ ଫଳକ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା । ଆସନ୍ତା ୨୭ରେ ଆଉ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ହେବ। ବ୍ୟାଙ୍କ ଗ୍ରାହକ ଓ ଜନସାଧାରଣ ଏଥିରେ ଅଂଶଗ୍ରହଣ କରି ଏହାର ସୁଯୋଗ ନେବାକୁ ପରାମର୍ଶ ଦିଆଯାଇଥିଲା । ଜିଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ ସୁଦୀପ ଡାକୁଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri