ଓଡ଼ିଶାରେ ୨ମାସରେ ୫୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨।୩(ବ୍ୟୁରୋ) : ଦେଶରେ ଏବେ ଏଚ୍‌୩ଏନ୍‌୨ ଭୂତାଣୁ ବ୍ୟାପିବାରେ ଲାଗିଛି। ଏଥିରେ ୫,୪୫୧ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହି ଭୂତାଣୁ ଜୀବନ ନେଉଥିବା ଜଣାପଡିବା ପରେ ଆତଙ୍କ ଖେଳିଯାଇଛି। କାରଣ ଓଡ଼ିଶାରେ ମଧ୍ୟ ଏହି ମାରାତ୍ମକ ଭୂତାଣୁ ସଂକ୍ରମିତ ହେବାରେ ଲାଗିଛି। ଗତ ଦୁଇ ମାସରେ ରାଜ୍ୟରେ ୫୯ଜଣ ଏଚ୍‌୩ଏନ୍‌୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର(ଆର୍‌ଏମ୍‌ଆର୍‌ସି)ର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ଜାନୁୟାରୀ ଓ ଫେବୃୟାରୀରେ ୨୨୫ ସନ୍ଦିଗ୍ଧଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ୫୯ଟି ଏଚ୍‌୩ଏନ୍‌୨ ପଜିଟିଭ୍‌ ବାହାରିଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ସଂଗୃହୀତ ନମୁନା ମଧ୍ୟରୁ ଇନ୍‌ଫ୍ଲୁଏଞ୍ଜା ‘ଏ’ରେ ୫ଜଣ ସଂକ୍ରମିତ ହୋଇଥିବାବେଳେ କୋଭିଡ୍‌ ସଂକ୍ରମିତ ଜଣେ ଚିହ୍ନଟ ହୋଇଛନ୍ତି। ତେବେ ଏଥିରୁ କୌଣସି ଏଚ୍‌୧ଏନ୍‌୧ ଭୂତାଣୁ ଏବଂ ଇନ୍‌ଫ୍ଲୁଏଞ୍ଜା ‘ବି’ ଚିହ୍ନଟ ହୋଇ ନ ଥିବା ଡା. ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ନମୁନା ପରୀକ୍ଷା କେବଳ ଆର୍‌ଏମ୍‌ଆର୍‌ସିରେ କରାଯାଉଛି। ତେଣୁ କେହି ଏଥିରେ ଆକ୍ରାନ୍ତ ହୋଇଥିବା ସନ୍ଦେହ ହେଲେ, ନମୁନା ସଂଗ୍ରହ କରାଯାଇ ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା କରାଯାଉଛି। ଯାହା ରିପୋର୍ଟ ଆସୁଛି ତାହା ସଙ୍ଗେ ସଙ୍ଗେ ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ପତି କହିଛନ୍ତି।
ସେପଟେ କେନ୍ଦ୍ର ସରକାରଙ୍କ ପରାମର୍ଶ ପରେ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ଲାଗି ତପତ୍ରତା ଦେଖାଇଛନ୍ତି। ସଚେତନତା ସହ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଏହି ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜାର ଲକ୍ଷଣ କୋଭିଡ୍‌ ଭଳି ରହୁଛି। ଥଣ୍ଡା, କାଶ, ଜ୍ୱର, ଗଳା ଦରଜ ଓ ମୁଣ୍ଡବିନ୍ଧା ଆଦିି ଲକ୍ଷଣ ଦେଖାଯାଉଛି। ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ଉପଲବ୍ଧ ନାହିଁ। ସତର୍କତା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଅନୁସରଣ କରିବା ଉଚିତ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ତେବେ ଏହାକୁ ନେଇ ଜନସାଧାରଣ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଏହା ଏକ ସାଧାରଣ ଭୂତାଣୁ। ଏଥିପାଇଁ ଆମକୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ବୋଲି ଡା. ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri