ଓଡ଼ିଶାରେ ୨ମାସରେ ୫୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨।୩(ବ୍ୟୁରୋ) : ଦେଶରେ ଏବେ ଏଚ୍‌୩ଏନ୍‌୨ ଭୂତାଣୁ ବ୍ୟାପିବାରେ ଲାଗିଛି। ଏଥିରେ ୫,୪୫୧ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହି ଭୂତାଣୁ ଜୀବନ ନେଉଥିବା ଜଣାପଡିବା ପରେ ଆତଙ୍କ ଖେଳିଯାଇଛି। କାରଣ ଓଡ଼ିଶାରେ ମଧ୍ୟ ଏହି ମାରାତ୍ମକ ଭୂତାଣୁ ସଂକ୍ରମିତ ହେବାରେ ଲାଗିଛି। ଗତ ଦୁଇ ମାସରେ ରାଜ୍ୟରେ ୫୯ଜଣ ଏଚ୍‌୩ଏନ୍‌୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଶନିବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର(ଆର୍‌ଏମ୍‌ଆର୍‌ସି)ର ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ଜାନୁୟାରୀ ଓ ଫେବୃୟାରୀରେ ୨୨୫ ସନ୍ଦିଗ୍ଧଙ୍କଠାରୁ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ୫୯ଟି ଏଚ୍‌୩ଏନ୍‌୨ ପଜିଟିଭ୍‌ ବାହାରିଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ସଂଗୃହୀତ ନମୁନା ମଧ୍ୟରୁ ଇନ୍‌ଫ୍ଲୁଏଞ୍ଜା ‘ଏ’ରେ ୫ଜଣ ସଂକ୍ରମିତ ହୋଇଥିବାବେଳେ କୋଭିଡ୍‌ ସଂକ୍ରମିତ ଜଣେ ଚିହ୍ନଟ ହୋଇଛନ୍ତି। ତେବେ ଏଥିରୁ କୌଣସି ଏଚ୍‌୧ଏନ୍‌୧ ଭୂତାଣୁ ଏବଂ ଇନ୍‌ଫ୍ଲୁଏଞ୍ଜା ‘ବି’ ଚିହ୍ନଟ ହୋଇ ନ ଥିବା ଡା. ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା ନମୁନା ପରୀକ୍ଷା କେବଳ ଆର୍‌ଏମ୍‌ଆର୍‌ସିରେ କରାଯାଉଛି। ତେଣୁ କେହି ଏଥିରେ ଆକ୍ରାନ୍ତ ହୋଇଥିବା ସନ୍ଦେହ ହେଲେ, ନମୁନା ସଂଗ୍ରହ କରାଯାଇ ଆର୍‌ଏମ୍‌ଆର୍‌ସିରେ ପରୀକ୍ଷା କରାଯାଉଛି। ଯାହା ରିପୋର୍ଟ ଆସୁଛି ତାହା ସଙ୍ଗେ ସଙ୍ଗେ ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ପତି କହିଛନ୍ତି।
ସେପଟେ କେନ୍ଦ୍ର ସରକାରଙ୍କ ପରାମର୍ଶ ପରେ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା ଲାଗି ତପତ୍ରତା ଦେଖାଇଛନ୍ତି। ସଚେତନତା ସହ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଏହି ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜାର ଲକ୍ଷଣ କୋଭିଡ୍‌ ଭଳି ରହୁଛି। ଥଣ୍ଡା, କାଶ, ଜ୍ୱର, ଗଳା ଦରଜ ଓ ମୁଣ୍ଡବିନ୍ଧା ଆଦିି ଲକ୍ଷଣ ଦେଖାଯାଉଛି। ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ଉପଲବ୍ଧ ନାହିଁ। ସତର୍କତା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଅନୁସରଣ କରିବା ଉଚିତ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ତେବେ ଏହାକୁ ନେଇ ଜନସାଧାରଣ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଏହା ଏକ ସାଧାରଣ ଭୂତାଣୁ। ଏଥିପାଇଁ ଆମକୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ବୋଲି ଡା. ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri