ଭିତରକନିକା ଭିତ୍ତିଭୂମିର ବିକାଶ ପାଇଁ ୫୯ କୋଟି ମଞ୍ଜୁର

କେନ୍ଦ୍ରାପଡ଼ା ଅଫିସ/ରାଜନଗର,୧୮ା୩ (ଡି.ଏନ୍‌.ଏ.): ଭିତରକନିକାକୁ ବିଶ୍ୱଦରବାରରେ ଅଧିକ ପରିଚିତ କରାଇବା ସହ ଏହାର ଭିତ୍ତିଭୂମି ଏବଂ ଇକୋ ଟୁରିଜମ୍‌ର ବିକାଶ ପାଇଁ ରାଜ୍ୟ ସରକାର ପ୍ରକୃତି ଓ ପରିବେଶ ପର୍ଯ୍ୟଟନ ଶିଳ୍ପ ଉପରେ ଗୁରୁତ୍ୱାରୋପ କରିବା ସହ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଭିତରକନିକାରେ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥତ୍କ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି। ବିଶ୍ୱପ୍ରସିଦ୍ଧ ଭିତରକନିକା ପର୍ଯ୍ୟଟନସ୍ଥଳୀଠାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନ ନିମନ୍ତେ ସରକାର ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରୁଛନ୍ତି। ଗୁପ୍ତି ଜେଟିରେ ଡ୍ରାଏ ଡକ୍‌ ସୁବିଧା ପାଇଁ ୩୦ ଲକ୍ଷ ଟଙ୍କା, ଡାଙ୍ଗମାଳ ପ୍ରବେଶ ଦ୍ୱାରଠାରେ ପ୍ଲାଜା ଓ ପାର୍କିଂ ନିର୍ମାଣ ପାଇଁ ୩ କୋଟି ୧୫ ଲକ୍ଷ ୪୩ ହଜାର, ଗୁପ୍ତିଠାରେ ଜେଟି ନିର୍ମାଣ ପାଇଁ ୯ କୋଟି ୨୩ ଲକ୍ଷ ୭୪ ହଜାର, ଡାଙ୍ଗମାଳଠାରେ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ ପାଇଁ ୧୪ କୋଟି ୩୮ ଲକ୍ଷ ୪୪ ହଜାର, ଡାଙ୍ଗମାଳଠାରେ ଥିବା ଜେଟିର ଉନ୍ନତୀକରଣ ପାଇଁ ୭ କୋଟି ୪୭ ଲକ୍ଷ ୮୩ ହଜାର, ଡାଙ୍ଗମାଳଠାରେ କାରିଗରି କ୍ରାଫ୍ଟ ବଜାର ଓ ଫୁଡ୍‌ କୋର୍ଟ ନିର୍ମାଣ ଲାଗି ୭ କୋଟି ୭୯ ଲକ୍ଷ ୪୭ ହଜାର, ଚାନ୍ଦବାଲିଠାରେ ଜେଟି ନିର୍ମାଣ ନିମନ୍ତେ ୬ କୋଟି ୮୭ ଲକ୍ଷ ୬୧ ହଜାର, ଖୋଳାଠାରେ ଜେଟି ନିର୍ମାଣ ପାଇଁ ୬ କୋଟି ୬୬ ଲକ୍ଷ ୧ ହଜାର ଟଙ୍କା ସରକାର ଯୋଗାଇ ଦେଇଛନ୍ତି। ଶୁକ୍ରବାର କେନ୍ଦ୍ରାପଡ଼ା ଅତିରିକ୍ତ ଜିଲାପାଳ ପୀତାମ୍ବର ସାମଲ, ଉପଜିଲାପାଳ ନିରଞ୍ଜନ ବେହେରା, ତହସିଲଦାର ଅଶ୍ୱିନୀ କୁମାର ଭୂୟଁା, ଏସିଏଫ୍‌ ପୁନମ୍‌ହୀରା ହଁାସ୍‌ଦା, କନିକା ରେଞ୍ଜ୍‌ ଅଫିସର ମାନସ କୁମାର ଦାସ, ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ନଟବର ପ୍ରଧାନ, କନିଷ୍ଠଯନ୍ତ୍ରୀ ବିଶ୍ୱ ଭୂଷଣ ସ୍ବାଇଁ ପ୍ରମୁଖ ଗୁପ୍ତି, ଖୋଳା ଓ ଡାଙ୍ଗମାଳଠାରେ ପହଞ୍ଚତ୍ ସ୍ଥାନୀୟ ଲୋକପ୍ରତିନିଧି ଓ ନେତୃତ୍ୱଙ୍କ ସହାୟତାରେ ସ୍ଥାନ ଚିହ୍ନଟ କରିଛନ୍ତି। ସୂଚନାଯୋଗ୍ୟ, ଚଳିତମାସ ୧୦ ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଜିଲା ପ୍ରଶାସନ ପକ୍ଷରୁ ଭିତରକନିକା ଜାତୀୟ ଉଦ୍ୟାନ ସୀମା ସଂଲଗ୍ନ ନଳିତାପାଟିଆଠାରେ ଆୟୋଜିତ କରାଯାଇଥିବା ଭିତରକନିକା ମହୋତ୍ସବ-୨୦୨୩ର ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଭିତରକନିକାର ଜୈବବିବିଧତା, ଆର୍ଦ୍ରଭୂମି, ହେନ୍ତାଳବଣ, ରଙ୍ଗବେରଙ୍ଗର ପକ୍ଷୀ, ବଉଳା କୁମ୍ଭୀର, ଗହୀରମଥାର ଅଲିଭ୍‌ ରିଡ୍‌ଲେ କଇଁଛ, ଡଲ୍‌ଫିନ ଏବଂ ସରୀସୃପମାନଙ୍କର ନନ୍ଦନକାନନ ଭିତରକନିକାକୁ ବିଶ୍ୱସ୍ତରରେ ପର୍ଯ୍ୟଟନ ମାନଚିତ୍ରରେ ଅଧିକ ପରିଚିତ କରାଇବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri