ଟାୟାର ଜାଳି ୫୯ନଂ. ଜାତୀୟ ରାଜପଥ ଅବରୋଧ

ଦାରିଙ୍ଗବାଡ଼ି,୮ା୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଗ୍ରାମ ନିକଟ ୫୯ନଂ. ଜାତୀୟ ରାଜପଥରେ ଏକ ଟ୍ରାକ୍ଟର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ଉତ୍ତେଜନା ଦେଖାଯାଇଛି। ବ୍ୟବଚ୍ଛେଦ ପରେ ପୋଲିସ ଉପସ୍ଥିତିରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ହେଲେ ମୃତଦେହ ଗାଁରେ ପହଞ୍ଚତ୍ବା ପରେ ଉତ୍ତେଜନା ବୃଦ୍ଧି ପାଇଥିଏେ। ଲୋକେ ୫୯ନଂ. ଜାତୀୟ ରାଜପଥରେ ଟାୟାର ଜାଳି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ଧକ୍କା ଦେଇଥିବା ଟ୍ରାକ୍ଟର ମାଲିକ ଏବଂ ଚାଳକଙ୍କୁ ଗିରଫ ଦାବିରେ ବିକ୍ଷୋଭ କରାଯାଇଛି। ଏଣୁ ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ରାଇପୁର ଆଦି ଅଞ୍ଚଳକୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ରାଜପଥ ଉପରେ ବହୁ ଗାଡ଼ି ଅଟକି ରହିଛି। ପୋଲିସ ସବ୍‌ଇନ୍ସପେକ୍ଟର ଜିତେନ୍ଦ୍ର ବେହେରା ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରିଥିଲେ ସୁଦ୍ଧା ଫଳପ୍ରଦ ହୋଇନାହିଁ । ପରେ ତହସିଲଦାର ପହଞ୍ଚତ୍ବା ପରେ ବୁଝାଶୁଝା କରିବା ପରେ ଆନ୍ଦୋଳନ ହଟିଥିଲା।
ସୂଚନାଯୋଗ୍ୟ, ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳର ରତ୍ନାକର ନାୟକ ଶୁକ୍ରବାର ସନ୍ଧ୍ୟାରେ ଦାରିଙ୍ଗବାଡ଼ି ଯାଇ ବିଳମ୍ବିତ ରାତିରେ ସିମନବାଡ଼ି ଫେରୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଏକ ଟ୍ରାକ୍ଟର ଆସି ରତ୍ନାକରଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରତ୍ନାକରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ମୃତଦେହ ଜବତ କରିବା ସହ ଧକ୍କା ଦେଇଥିବା ଟ୍ରାକ୍ଟରକୁ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri