୪ ଦୁର୍ଗମ ଗ୍ରାମର ୫୯ ଜଣଙ୍କୁ ମିଳିବ ଜନ୍ମ ପ୍ରମାଣପତ୍ର

ଗୁଡାରି , ୧।୫ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡାରି ତହସିଲଦାର ଏ. ସ୍ନେହଲତାଙ୍କ ନେତୃତ୍ୱରେ କାର୍ଯ୍ୟାଳୟର ଏକ ଟିମ୍‌ ବ୍ଲକର ଦୁର୍ଗମ ଅଞ୍ଚଳ ରେଙ୍ଗାପଦର ଗ୍ରାମରେ ଗୁରୁବାର କ୍ୟାମ୍ପ କରିଥିଲେ। ପୂର୍ବରୁ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ମଧୁବନ ଲାଖବେଟା, କେପିଟି, କରଲାଗୁଡ଼ି ଏବଂ ରେଙ୍ଗାପଦର ଗ୍ରାମର ବାସିନ୍ଦାଙ୍କୁ ଆଧାର କାର୍ଡ ପ୍ରଦାନ ନିମନ୍ତେ ବାସିନ୍ଦା ପ୍ରମାଣପତ୍ର ପାଇଁ ନିଜେ ଆବେଦନ କରିଥିଲେ। ଗୁରୁବାର ଏହି ୪ ଗ୍ରାମର ୫୯ ଜଣଙ୍କୁ ତହସିଲଦାରଙ୍କ ଉପସ୍ଥିତିରେ ବାସିନ୍ଦା ପ୍ରମାଣପତ୍ର ପ୍ରଦାନ କରାଯିବା ସହ ଜନ୍ମ ପ୍ରମାଣ ପତ୍ର ପାଇଁ ଆବେଦନ କରାଯାଇଥିବା ସୂଚନା ମିଳିଛି।
କିଛିଦିନ ପୂର୍ବେ ଜିଲାପାଳ ଓ ଉପଜିଲାପାଳ ଉପରୋକ୍ତ ଗ୍ରାମ ପରିଦର୍ଶନକରି ଲୋକଙ୍କ ସମସ୍ୟା ବୁଝିଥିଲେ। ବିଡିଓ ଶୁଚିସ୍ମିତା ବେହେରା ଓ ତହସିଲଦାର ମିଳିତ ଭାବେ ଏହି ଗ୍ରାମରେ ସରକାରଙ୍କ ସମସ୍ତ ଯୋଜନା ପହଞ୍ଚାଇବା ନିମନ୍ତେ ଉଦ୍ୟମ ଜାରି ରଖିଛନ୍ତି। ଉଭୟ ଏହି ଗ୍ରାମ ଗସ୍ତ କରି ପ୍ରଥମେ ସେମାନଙ୍କ ଆଧାର କାର୍ଡ କରିବା ପାଇଁ ଉଦ୍ୟମ କରିଛନ୍ତି। ବାସିନ୍ଦା ପ୍ରମାଣପତ୍ର ଓ ଜନ୍ମ ପ୍ରମାଣପତ୍ର ପାଇବା ପରେ ସେଠାରେ ଆଧାର କ୍ୟାମ୍ପକରି ଆଧାର କାର୍ଡ ପ୍ରଦାନ କରାଯିବ ବୋଲି ତହସିଲଦାର ସୂଚନା ଦେଇଛନ୍ତି । ଏହାଛଡ଼ା ବ୍ଲକର ସମସ୍ତ ଅପହଞ୍ଚ ଗ୍ରାମରେ ପର୍ଯ୍ୟାୟ କ୍ରମେ ଆଧାର କ୍ୟାମ୍ପ କରାଯିବ ବୋଲି ସେ କହିଛନ୍ତି। ପୂର୍ବରୁ ପଞ୍ଜୀକୃତ ହୋଇଥିବା ୫ ବର୍ଷରୁ କମ୍‌ ୩୫ ଜଣ ପିଲାଙ୍କୁ ଜନ୍ମ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ମୋବାଇଲ ନେଟ୍‌ୱର୍କ ସମସ୍ୟା ଯୋଗୁ ଏହି ଅନ୍‌ଲାଇନ କାର୍ଯ୍ୟ କରିବା କଷ୍ଟସାଧ୍ୟ ହେଲେ ମଧ୍ୟ ତହସିଲ କର୍ମଚାରୀଙ୍କ ଏହି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ସୁପରଭାଇଜର ମନୋଜ ଗମାଙ୍ଗ, ଢେପାଗୁଡା ରାଜସ୍ବ ନିରୀକ୍ଷକ ବିଶ୍ୱନାଥ ସନ୍ତୋଷ କୁମାର, ଅତିରିକ୍ତ ରାଜସ୍ବ ନିରୀକ୍ଷକ ଶଶୀ କୁମାର ବେହେରା, ମଧୁବନ ସରପଞ୍ଚ ବଂଶୀ ଶବର, ସ୍ଥାନୀୟ ଅଙ୍ଗନଓ୍ବାଡି କର୍ମୀ, ତହସିଲ କାର୍ଯ୍ୟାଳୟର କର୍ମଚାରି ସୁଶାନ୍ତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ବଲାଙ୍ଗୀରରେ ବିଶ୍ୱକର୍ମା ପୂଜା

ବଲାଙ୍ଗୀର, ୧୭।୯: ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ଗୁରୁବାର ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଟର୍ମିନାଲଠାରେ ଘରୋଇ…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?