ବିନା ଟିକେଟ୍‌ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ

ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍‌ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ ବୁଧବାର ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ କାର୍ଯ୍ୟ କରାଯାଇଥିଲା। ଯାଞ୍ଚ ବେଳେ ୫୯ଜଣ ବିନା ଟିକେଟଧାରୀଠାରୁ ମୋଟ୍‌ ୧୭ହଜାର ୨୨୫ଟଙ୍କା ଜରିମାନା ଆଦାୟ ହୋଇଥିବା ଖୋର୍ଦ୍ଧା ରେଳ ମଣ୍ଡଳର ସିଟିଆଇ ସୁବାସ ଚନ୍ଦ୍ର ଦାଶ ସୂଚନା ଦେଇଛନ୍ତି। ଏହି ଯାଞ୍ଚ କାର୍ଯ୍ୟରେ ୯ଜଣ ବିଭାଗୀୟ କର୍ମଚାରୀ ଓ ୪ଜଣ ରେଳ ସୁରକ୍ଷା ବଳ ସହଯୋଗ କରିଥିଲେ। ଏହି ଚଢ଼ାଉ ଯୋଗୁ ଆଜି ମଧ୍ୟାହ୍ନ ୨ଟା ସୁଦ୍ଧା ପାସେଞ୍ଜର (ଜିଏନ୍‌ଆର୍‌)ବିଭାଗର ୧୯ ହଜାର ୫୧ ଟଙ୍କା ଓ ରିଜରଭେସନ (ପିଆର୍‌ଏସ୍‌) ୩୦ ହଜାର ୩୧୫ ଟଙ୍କାର ଟିକେଟ ବିକ୍ରି ହୋଇଥିବା ଜଣାପଡ଼ିଛି। ତେବେ ଆଜି ଷ୍ଟେଶନରେ ଯାଞ୍ଚ କାର୍ଯ୍ୟ ଯୋଗୁ ପ୍ରାୟ ୩୦ ପ୍ରତିଶତ ଟିକେଟ୍‌ ଅଧିକ ବିକ୍ରି ହୋଇଥିବା ସ୍ଥାନୀୟ ବିଭାଗୀୟ କର୍ମଚାରୀଙ୍କ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri