ମେଟ୍ରୋ ରେଳ ପ୍ରକଳ୍ପକୁ ୫୯୨୯.୩୮ କୋଟି ମଞ୍ଜୁର

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଆଉ ପାଦେ ଆଗେଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ ପାଇଁ କରାଯାଇଥିବା ୫୯୨୯.୩୮ କୋଟିର ବ୍ୟୟ ଅଟକଳକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ତତ୍ତ୍ବାବଧାନରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମର ଦେୟ ୩୨୬.୫୬ କୋଟି ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ କାର୍ଯ୍ୟକାରୀ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ
ଟର୍ନ-କି-କନସଲଟାଣ୍ଟ ଭାବରେ ନିଯୁକ୍ତ କରାଯାଇଛି। ରାଜଧାନୀ ଅଞ୍ଚଳର ଭିତ୍ତିଭୂମିର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୨୩ ଏପ୍ରିଲ ୧ରେ ୫-ଟି ପଦକ୍ଷେପ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏଥିନିମନ୍ତେ ମୋଟ ୫୯୨୯.୩୮ କୋଟିର ବ୍ୟୟ ଅଟକଳ କରାଯାଇଛି। ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ଆସନ୍ତା ୪ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭୁବନେଶ୍ବର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ୨୬ କି.ମି. ବ୍ୟାପୀ ଏହି ମେଟ୍ରୋ ରେଳ ପ୍ରକଳ୍ପରେ
କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ୨୦ ଷ୍ଟେଶନ ନିର୍ମାଣ କରାଯିବ। ଏଲିଭେଟେଡ୍‌ ଭାୟାଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେଶନ ରହିବ। ଅତ୍ୟାଧୁନିକ ରେଳ କୋଚ୍‌ ବ୍ୟବହାର କରାଯିବ। ଅତ୍ୟାଧୁନିକ ଟିକେଟ ବ୍ୟବସ୍ଥା ଏବଂ ସିଗ୍‌ନାଲ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri