Posted inଜାତୀୟ

୨ ସପ୍ତାହ ମଧ୍ୟରେ ମଲେଣି ୨୩: ବିମାନବନ୍ଦରରେ କରୋନା ପରୀକ୍ଷା ବାଧ୍ୟତାମୂଳକ କି ନୁହେଁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: କରୋନାରେ ଗତ ୨ ସପ୍ତାହ ମଧ୍ୟରେ ୨୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟପକ୍ଷେ କୋଭିଡ୍‌-୧୯ର ଜେଏନ୍‌.୧ ସବ୍‌ଭାରିଆଣ୍ଟକୁ ନେଇ ଏବେ ଚିନ୍ତା ବଢ଼ିଥିବା ବେଳେ ଶୀତରେ ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଛି। ଗୁରୁବାର ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ୫୯୪ ନୂଆ ମାମଲା ଚିହ୍ନଟ ହୋଇଛି। ସକ୍ରିୟ ମାମଲା ସଂଖ୍ୟା ୨,୬୬୯କୁ ବୃଦ୍ଧି ପାଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଯାତାୟାତରେ କଟକଣା, ମାସ୍କକୁ ବାଧ୍ୟତାମୂଳକ କରିବା, କୋଭିଡ୍‌ ଟିକାର ତୃତୀୟ ଡୋଜଡ଼ ନେବା କିମ୍ବା ବିମାନବନ୍ଦରଗୁଡ଼ିକରେ ଟେଷ୍ଟିଂକୁ ବାଧ୍ୟତାମୂଳକ କରିବା ଯୋଜନା ଏବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ଜେଏନ୍‌.୧ ଏକ ସବ୍‌ଭାରିଆଣ୍ଟ ହୋଇଥିବାରୁ ପୂର୍ବ ଭାରିଆଣ୍ଟ ତୁଳନାରେ ଏହା ଲୋକଙ୍କୁ ଗୁରୁତର କରାଇବା ସମ୍ଭାବନା କମ୍‌ ବୋଲି ବିଶେଷଜ୍ଞମାନେ କହିଛନ୍ତି। ତେବେ ଟାର୍ଗେଟ ଟେଷ୍ଟିଂକୁ ଗୁରୁତ୍ୱ ଦେବାକୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ କେରଳରେ ୩ ମୃତ୍ୟୁକୁ ମିଶାଇ କୋଭିଡ୍‌ ଜନିତ ମୋଟ ମୃତ୍ୟୁ ସଂଖ୍ୟା ୫,୩୩,୩୨୭ରେ ପହଞ୍ଚିଛି। ସେହିପରି କେରଳ, କର୍ନାଟକ, ଗୁଜରାଟ, ତାମିଲନାଡୁ ଓ ମହରାଷ୍ଟ୍ରରେ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏକ ସମୀକ୍ଷା ବୈଠକରେ ସତର୍କ ଓ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଥିଲା।

ଭୂତାଣୁର ପ୍ରଭାବୀ ପରିଚାଳନାକୁ ନିଶ୍ଚିତ କରିବା ଲାଗି କେନ୍ଦ୍ର ଓ ରାଜ୍ୟଗୁଡ଼ିକ ମିଳିତ ଉଦ୍ୟମ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଆହ୍ବାନ ଦେଇଥିଲେ। ହସ୍ପିଟାଲଗୁଡ଼ିକର ପ୍ରସ୍ତୁତିକୁ ନେଇ କେନ୍ଦ୍ର ଓ ରାଜ୍ୟ ସ୍ତରରେ ପ୍ରତି ୩ ମାସରେ ମକ୍‌ ଡ୍ରିଲ୍‌ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri