Posted inଜାତୀୟ

ବିମାନବନ୍ଦର ନିକଟରେ ରହୁଥିଲେ ମିଳିବନି ୫ଜି ସେବା

ନୂଆଦିଲ୍ଲୀ,୨୬ା୧୨ : ଭାରତରେ ୫ଜି ଟେଲିକମ୍‌ ସେବା ଗତ ଅକ୍ଟୋବର ମାସରୁ ଆରମ୍ଭ ହୋଇଛି। ୩ଜି ଏବଂ ୪ଜି ତୁଳନାରେ ଏହା ଅଧିକ ଉନ୍ନତ ଓ ଦ୍ରୁତ ସେବା ଯୋଗାଇଦେବ। ଖୁବ୍‌ଶୀଘ୍ର ଦେଶର କୋଟି କୋଟି ଲୋକ ସେମାନଙ୍କ ମୋବାଇଲ ଫୋନ୍‌ ଏବଂ କମ୍ପ୍ୟୁଟରରେ ଦ୍ରୁତ ଷ୍ଟ୍ରିମିଂ, ଗେମିଂ ଏବଂ କାର୍ଯ୍ୟ କରିବାର ଅଭିଜ୍ଞତା ଅନୁଭବ କରିବେ। ତେବେ ଦେଶର ବିମାନବନ୍ଦର ନିକଟବର୍ତ୍ତୀ ଅଞ୍ଚଳରେ ରହୁଥିବା ଲକ୍ଷ ଲକ୍ଷ ଲୋକ ୫ଜି ସେବା ପାଇବାରୁ ବଞ୍ଚତ୍ତ ହେବାକୁ ଯାଉଛନ୍ତି। ଏହି ସି-ବ୍ରାଣ୍ଡ୍‌ ୫ଜି ଏୟାରଓ୍ବେଭ୍‌ ବିମାନର ରେଡିଓ ଅଲ୍‌ଟିମିଟର (ରାଡାର) ପାଇଁ ସମସ୍ୟା ସୃଷ୍ଟି କରିବ। କାରଣ ବିମାନ ଉଡ଼ାଣ ଓ ଅବତରଣ ସମୟରେ ପାଇଲଟ୍‌ମାନେ ରାଡାର ଉପରେ ସମ୍ପୂର୍ଣ୍ଣ ନିର୍ଭର କରିଥାନ୍ତି।

ସେଥିପାଇଁ ବିମାନବନ୍ଦରର ୨.୧ କିଲୋମିଟର ପରିଧି ମଧ୍ୟରେ ସି-ବ୍ୟାଣ୍ଡ୍‌ ୫ଜି ଟାଓ୍ବାର ସ୍ଥାପନ ନ କରିବାକୁ ଟେଲିକମ୍‌ ବିଭାଗ ନିକଟରେ ଭାରତୀ ଏୟାରଟେଲ୍‌, ରିଲାଏନ୍ସ ଜିଓ ଏବଂ ଭୋଡାଫୋନ୍‌କୁ ପତ୍ର ଲେଖିଛି। ୩,୩୦୦ରୁ ୩,୬୭୦ ମେଗାହର୍ଜର ୫ଜି/ଆଇଏମ୍‌ଟି ବେସ୍‌ ଷ୍ଟେଶନ ବିମାନବନ୍ଦର ରନ୍‌ଓ୍ବେର ଉଭୟ ମୁଣ୍ଡରୁ ୨,୧୦୦ ମିଟର ଏବଂ ରନ୍‌ଓ୍ବେ ସେଣ୍ଟର ଲାଇନଠାରୁ ୯୧୦ ମିଟର ଦୂରତା ମଧ୍ୟରେ ସ୍ଥାପନ କରାଯାଇପାରିବ ନାହିଁ ବୋଲି ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀଗୁଡ଼ିକୁ କୁହାଯାଇଛି। ଏୟାରଟେଲ୍‌ ନାଗପୁର, ବେଙ୍ଗାଲୁରୁ, ନୂଆଦିଲ୍ଲୀ, ଗୁଆହାଟୀ ଏବଂ ପୁଣେ ବିମାନବନ୍ଦର ନିକଟରେ ୫ଜି ବେସ୍‌ ଷ୍ଟେଶନ ସ୍ଥାପନ କରିଥିବାବେଳେ ଜିଓ ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳରେ ବେସ୍‌ ଷ୍ଟେଶନ ବସାଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ବିମାନବନ୍ଦରଗୁଡ଼ିକରୁ ସମସ୍ତ ରେଡିଓ ଅଲ୍‌ଟିମିଟର ଫିଲ୍ଟର ନ ହଟାଇବା ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri