୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି। ତେବେ ବର୍ତ୍ତମାନ ଏହି ସହରଗୁଡିକର ନାମ କହିବା ଠିକ୍‌ ହେବ ନାହିଁ ବୋଲି ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ରବିବାର ଭୁବନେଶ୍ୱର ରେଳଷ୍ଟେଶନଠାରେ ରେଲଓ୍ବେର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ୍‌ ରେକ୍‌ର ଉଦ୍‌ଘାଟନ ସହ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଆସିଥିବାବେଳେ ୫ଜି ସେବା ସଂକ୍ରାନ୍ତରେ କେନ୍ଦ୍ରମନ୍ତ୍ରୀ ଏହି ସୂଚନା ଦେଇଥିଲେ। ଏଥିସହ ସେ କହିଲେ, ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍‌ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ୮୦ ପ୍ରତିଶତ ସହରରେ ୫ଜି ସେବା ଆରମ୍ଭ କରାଯିବ। ଏହାପରେ ଧୀରେଧୀରେ ରାଜ୍ୟର ଅନ୍ୟ ଛୋଟ ସହର ଏବଂ ଗ୍ରାମାଞ୍ଚଳକୁ ମଧ୍ୟ ଏହି ସେବା ବ୍ୟାପ୍ତ କରାଯିବ। ଫଳରେ ସମସ୍ତେ ୫ଜି ସେବାର ଲାଭ ଉଠାଇ ପାରିବେ। ଏହାଦ୍ୱାରା ଇଣ୍ଟରନେଟ୍‌ ୟୁଜର୍ସମାନେ ବହୁ କ୍ଷେତ୍ରରେ ଲାଭବାନ ହୋଇପାରିବେ। ବର୍ତ୍ତମାନ ଦେଶର କେତେକ ସହରରେ ଏହି ସେବା ଆରମ୍ଭ ହୋଇ ସାରିଥିବାବେଳେ ଆସନ୍ତାବର୍ଷ ରାଜ୍ୟବାସୀ ଏହାର ସୁବିଧା ପାଇବେ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri