୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି। ତେବେ ବର୍ତ୍ତମାନ ଏହି ସହରଗୁଡିକର ନାମ କହିବା ଠିକ୍‌ ହେବ ନାହିଁ ବୋଲି ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ରବିବାର ଭୁବନେଶ୍ୱର ରେଳଷ୍ଟେଶନଠାରେ ରେଲଓ୍ବେର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ୍‌ ରେକ୍‌ର ଉଦ୍‌ଘାଟନ ସହ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଆସିଥିବାବେଳେ ୫ଜି ସେବା ସଂକ୍ରାନ୍ତରେ କେନ୍ଦ୍ରମନ୍ତ୍ରୀ ଏହି ସୂଚନା ଦେଇଥିଲେ। ଏଥିସହ ସେ କହିଲେ, ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍‌ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ୮୦ ପ୍ରତିଶତ ସହରରେ ୫ଜି ସେବା ଆରମ୍ଭ କରାଯିବ। ଏହାପରେ ଧୀରେଧୀରେ ରାଜ୍ୟର ଅନ୍ୟ ଛୋଟ ସହର ଏବଂ ଗ୍ରାମାଞ୍ଚଳକୁ ମଧ୍ୟ ଏହି ସେବା ବ୍ୟାପ୍ତ କରାଯିବ। ଫଳରେ ସମସ୍ତେ ୫ଜି ସେବାର ଲାଭ ଉଠାଇ ପାରିବେ। ଏହାଦ୍ୱାରା ଇଣ୍ଟରନେଟ୍‌ ୟୁଜର୍ସମାନେ ବହୁ କ୍ଷେତ୍ରରେ ଲାଭବାନ ହୋଇପାରିବେ। ବର୍ତ୍ତମାନ ଦେଶର କେତେକ ସହରରେ ଏହି ସେବା ଆରମ୍ଭ ହୋଇ ସାରିଥିବାବେଳେ ଆସନ୍ତାବର୍ଷ ରାଜ୍ୟବାସୀ ଏହାର ସୁବିଧା ପାଇବେ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri