୨୦୨୨ରୁ ୫ଜି ସେବାର ଶୁଭାରମ୍ଭ

ଭୁବନେଶ୍ୱର,୨୯।୧୨: ନୂଆବର୍ଷରୁ ଦେଶବାସୀଙ୍କ ପାଇଁ ଦୂରସଞ୍ଚାର ମନ୍ତ୍ରଣାଳୟ ନୂଆ ସେବା ଆଣିବାକୁ ଯାଉଛି। ୨୦୨୨ରୁ ଭାରତରେ ୫ଜି ଇଣ୍ଟରନେଟ୍‌ ସେବା ପ୍ରଚଳନ ହେବାକୁ ଯାଉଛି ବୋଲି ସୂଚନା ମିଳିଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୧୩ଟି ସହରରେ ଏହି ସେବା ଉପଲବ୍ଧ ହେବ ବୋଲି ଜଣାପଡିଛି। ପରବର୍ତ୍ତୀ ସମୟରେ ଏହି ସେବା କ୍ରମଶଃ ଦେଶର ଅବଶିଷ୍ଟ ସହରଗୁଡିକରେ ପ୍ରଚଳନ କରାଯିବ। ଏ ସମ୍ପର୍କରେ ଦୂରସଞ୍ଚାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି , ପ୍ରାଥମିକ ପର୍ଯ୍ୟାୟରେ ଦେଶର ୧୩ଟି ସହରରେ ୫ଜି ସେବା ପ୍ରଚଳନ ପାଇଁ ଦୂରସଞ୍ଚାର ଅପରେଟରମାନେ ପୂର୍ବରୁ ୫ଜି ପରୀକ୍ଷାମୂଳକ ସେବା ଆରମ୍ଭର ବ୍ୟବସ୍ଥା କରିସାରିଛନ୍ତି। ଏହି ସହରଗୁଡ଼ିକ ହେଉଛି ଅହମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଚେନ୍ନାଇ, ଦିଲ୍ଲୀ, ଗାନ୍ଧୀନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, କୋଲକାତା, ଲକ୍ଷ୍ନୌ, ମୁମ୍ବାଇ ଓ ପୁଣେ । ତେବେ କେଉଁ ଦୂରସଞ୍ଚାର କମ୍ପାନୀ ପ୍ରଥମେ ୫ଜି ସେବା ପ୍ରଚଳନ କରିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଦେଶର ୩ ପ୍ରମୁଖ ଦୂରସଞ୍ଚାର କମ୍ପାନୀ ରିଲାଏନ୍ସ ଜିଓ, ଏୟାରଟେଲ ଏବଂ ଭୋଡାଫୋନ ଆଇଡିଆ ଏହି ସହରଗୁଡିକରେ ପରୀକ୍ଷାମୂଳକ କ୍ଷେତ୍ର ସ୍ଥିର କରି ୫ଜିର ପରୀକ୍ଷାମୂଳକ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?