ଅଗଷ୍ଟ-ସେପ୍ଟେମ୍ବରରେ ଆରମ୍ଭ ହେବ ୫ଜି ସେବା

ନୂଆଦିଲ୍ଲୀ,୧୯ ।୬: ଚଳିତ ବର୍ଷ ଶେଷ ସୁଦ୍ଧା ଦେଶର ୨୦ରୁ ୨୫ଟି ସହରରେ ୫ଜି ସେବା ଆରମ୍ଭ କରାଯିବ ବୋଲି କେନ୍ଦ୍ର ଦୂରସଞ୍ଚାର (ଆଇଟି) ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ସୂଚନା ଦେଇଛନ୍ତି। ଦର କମ୍‌ ଥିବାରୁ ଭାରତରେ ଡାଟା ଦର ଅନ୍ୟ ଦେଶଗୁଡ଼ିକ ତୁଳନାରେ କମ୍‌ ରହିବ ବୋଲି ସେ କହିଛନ୍ତି। ୫ଜି ରୋଲ୍‌ ଆଉଟ୍‌ ଅଗଷ୍ଟ-ସେପ୍ଟେମ୍ବର ମାସରେ ଆରମ୍ଭ ହେବ। କେବଳ ୫ଜି ନୁହେଁ, ଦେଶରେ ୪ଜି ସେବାକୁ ମଧ୍ୟ ବିକଶିତ କରାଯାଉଛି। ଏହାଦ୍ୱାରା ଭାରତ ବିଶ୍ୱ ପାଇଁ ଡିଜିଟାଲ ନେଟ୍‌ଓ୍ବାର୍କ କ୍ଷେତ୍ରରେ ଏକ ବିଶ୍ୱସନୀୟ ସ୍ରୋତ ଭାବେ ନିଜ ସ୍ଥିତି ମଜଭୁତ କରିପାରିବ ବୋଲି ବୈଷ୍ଣବ କହିଛନ୍ତି। ହ୍ବାଟ୍‌ ଇଣ୍ଡିଆ ଥିଙ୍କ୍‌ ଟୁଡେ ଗ୍ଲୋବାଲ ସମିଟ୍‌ର ବୈଶ୍ୱିକ ସମ୍ମିଳନୀରେ ସେ କହିଛନ୍ତି, ବିଶ୍ୱର ଅନେକ ଦେଶ ଭାରତ ଦ୍ୱାରା ବିକଶିତ କରାଯାଉଥିବା ୪ଜି ଏବଂ ୫ଜିକୁ ପ୍ରାଥମିକତା ଦେବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

ଆପଣଙ୍କୁ ହଇରାଣ କରିପାରିବେ ନାହିଁ ରିକଭରି ଏଜେଣ୍ଟ, କଠୋର ନିୟମ ଲାଗୁ କଲା RBI, ଘରେ ପହଞ୍ଚିଲେ କ’ଣ କରିବେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୨: RBI ପରିଚାଳିତ ଆର୍ଥିକ ପ୍ରତିଷ୍ଠାନ (ବ୍ୟାଙ୍କ, ଗ୍ରାମୀଣ ବ୍ୟାଙ୍କ, NBFC, ଗୃହ ଆର୍ଥିକ କମ୍ପାନୀ, ସମବାୟ ବ୍ୟାଙ୍କ, ଇତ୍ୟାଦି) ଦ୍ୱାରା ନିଯୁକ୍ତ ରିକଭରି ଏଜେଣ୍ଟମାନେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri