ନୂଆବର୍ଷରେ ୧୩ ସହରରେ ୫-ଜି ସେବା…

ନୂଆଦିଲ୍ଲୀ, ୨୮।୧୨: ଆସନ୍ତା ୨୦୨୨ରେ, ଭାରତୀୟମାନେ ୫-ଜି ଉପହାର ପାଇବାକୁ ଯାଉଛନ୍ତି। ଟେଲି ଯୋଗାଯୋଗ ବିଭାଗ କହିଛି ଯେ ୫-ଜି ଇଣ୍ଟରନେଟ ସେବାର ପରୀକ୍ଷା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ୨୦୨୨ରେ ଦେଶରେ ଏହି ସେବା ଆରମ୍ଭ ହେବ ବୋଲି ବିଭାଗ କହିଛି। ସର୍ବପ୍ରଥମେ, ଦେଶର ୧୩ ଟି ସହରରେ ୫-ଜି ସେବା ଆରମ୍ଭ ହେବ। ବିଭାଗ ପକ୍ଷରୁ ଏହି ୧୩ ଟି ସହରର ତାଲିକା ମଧ୍ୟ ପ୍ରକାଶ କରାଯାଇଛି।

ଟେଲି ଯୋଗାଯୋଗ ବିଭାଗ (ଡଟ୍‌) ଏକ ସରକାରୀ ବିବୃତ୍ତିରେ କହିଛି ଯେ ଏୟାରଟେଲ, ଜିଓ ଏବଂ ଭୋଡାଫୋନ ଆଇଡିଆ ସମେତ ଅନ୍ୟ ଟେଲିକମ ସେବା ପ୍ରଦାନକାରୀ କମ୍ପାନୀ ଗୁରୁଗ୍ରାମ, ବେଙ୍ଗାଲୁରୁ, କୋଲକାତା, ମୁମ୍ବାଇ, ଚଣ୍ଡିଗଡ଼, ଦିଲ୍ଲୀ, ଜାମନଗର, ଅହମଦାବାଦ, ଚେନ୍ନାଇ, ହାଇଦ୍ରାବାଦ, ଲକ୍ଷ୍ନୌ, ପୁଣେ, ଗାନ୍ଧିନଗର ଆଦି ସହରରେ ୫-ଜି ପରୀକ୍ଷା କରି ଟ୍ରାଏଲ୍‌ ସାଇଟ ସେଟଅପ କରିଛନ୍ତି। ଆସନ୍ତା ବର୍ଷ ଏହି ମେଟ୍ରୋ ଏବଂ ବଡ ସହରରେ ୫-ଜି ସେବା ପ୍ରଥମେ ଆରମ୍ଭ ହେବ। ବିଭାଗ ଅନୁଯାୟୀ ଏହି ପରୀକ୍ଷା ପ୍ରକଳ୍ପ ପାଇଁ ୨୨୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ଡଟ୍‌ ଅନୁଯାୟୀ, ମାର୍ଚ୍ଚ-ଏପ୍ରିଲ ୨୦୨୨ରେ ୫-ଜି ସ୍ପେକ୍ଟ୍ରମ ନିଲାମ ହେବାର ସମ୍ଭାବନା ଅଛି। ୨୦୨୧ ସେପ୍ଟେମ୍ବରରେ ରିଜର୍ଭ ମୂଲ୍ୟ, ବ୍ୟାଣ୍ଡ ଯୋଜନା, ବ୍ଲକ ସାଇଜ ଏବଂ ସ୍ପେକ୍ଟ୍ରମ କ୍ୱାଣ୍ଟମ ସମ୍ବନ୍ଧରେ ଟ୍ରାଇକୁୁ ସୁପାରିଶ କରାଯାଇଛି ଏବଂ ରେଗୁଲେଟର ମଧ୍ୟ ସମସ୍ତ ହିତାଧିକାରୀ କମ୍ପାନୀ ସହିତ ଆଲୋଚନା ଆରମ୍ଭ କରିଛନ୍ତି।

୨୦୧୮ରେ ଆରମ୍ଭ ହୋଇଥିବା ୫-ଜି ପରୀକ୍ଷା ପ୍ରକଳ୍ପ ପାଇଁ ଟେଲିକମ ବିଭାଗ ପକ୍ଷରୁ ୮ ଟି ଏଜେନ୍ସି ସହିତ ଚୁକ୍ତି ହୋଇଥିଲା।  ସେସବୁ ଏଜେନ୍ସିଗୁଡ଼ିକ ମଧ୍ୟରେ ଆଇଆଇଟି (ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି) ବମ୍ବେ, ଆଇଆଇଟି-ଦିଲ୍ଲୀ, ଆଇଆଇଟି-ହାଇଦ୍ରାବାଦ, ଆଇଆଇଟି-ମାଡ୍ରାସ, ଆଇଆଇଟି-କାନପୁର, ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସ (ଆଇଆଇଏସ୍‌ସି) ବାଙ୍ଗାଲୋର, ସୋସାଇଟି ଫର ଆପ୍ଲାଏଡ ମାଇକ୍ରୋୱେଭ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ଆଣ୍ଡ ରିସର୍ଚ୍ଚ ଏବଂ କେନ୍ଦ୍ରୀୟ ବେତାର ଟେକ୍ନୋଲୋଜି ଆଦି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?