ଅପେକ୍ଷାର ଅନ୍ତ! ଅକ୍ଟୋବର ପହିଲାରୁ ଆରମ୍ଭ ହେବ ୫ଜି ସେବା

ନୂଆଦିଲ୍ଲୀ,୨୪।୯: ୫ଜିକୁ ନେଇ ଅପେକ୍ଷାର ହେବାକୁ ଯାଉଛି ଅନ୍ତ। ଆସନ୍ତା ମାସ ଅର୍ଥାତ ଅକ୍ଟୋବରରେ ଭାରତରେ ୫ଜି ସେବା ରୋଲ୍‌ଆଉଟ୍‌ ହେବ। ଟେଲିକମ୍‌ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବରୁ ଏ ବିଷୟରେ ସୂଚନା ଦେଇଛନ୍ତି। ଏବେ ଏହାର ତାରିଖ ମଧ୍ୟ ସ୍ଥିର କରାଯାଇଛି। ଅକ୍ଟୋବର ପହିଲାରେ ହିଁ ୫ଜି ସେବା ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ରୋଲଆଉଟ୍‌ କରିବେ।

ଇଣ୍ଡିଆନ ମୋବାଇଲ କଂଗ୍ରେସର ଆୟୋଜନ ଡିପାର୍ଟମେଣ୍ଟ ଅଫ୍‌ ଟେଲିକମ୍ୟୁନିକେଶନ ଏବଂ ସିଓଏଆଇ ମିଳିତ ଭାବେ କରୁଛନ୍ତି। ୫ଜି ଅକ୍ସନ ପରେ କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଅକ୍ଟୋବର ୧୨ ସୁଦ୍ଧା ଦେଶରେ ୫ଜି ସେବା ଆରମ୍ଭ ହୋଇଯିବ। ସେହିଭଳି ଜିଓ ଏବଂ ଏୟାରଟେଲ ଉଭୟ ୫ଜି ରୋଲଆଉଟ୍‌ର ପ୍ରସ୍ତୁତି ପୂରଣ କରିନେବେ। ଉଭୟ ଅକ୍ଟୋବରରେ ନିଜର ସେବା ଆରମ୍ଭ କରିପାରିବେ।

ପ୍ରାରମ୍ଭରେ ଟେଲିକମ୍‌ କମ୍ପାନୀଗୁଡ଼ିକ ବଡ଼ ବଡ଼ ସହରରେ ୫ଜି ସେବା ଆରମ୍ଭ କରିବେ। ଦିଲ୍ଲୀ, କୋଲକାତା, ଚେନ୍ନାଇ ଏବଂ ମୁମ୍ବାଇରେ ଏହା ପ୍ରଥମେ ଆରମ୍ଭ ହେବ। ପରେ ଏହା ଅନ୍ୟ ସହରରେ ପହଞ୍ଚିବ। ବିଶେଷକରି ଜିଓ ଦୁଇ ବର୍ଷ ମଧରେ ସାରା ଦେଶରେ ୫ଜି ସେବା ଯୋଗାଇବ ବୋଲି କହିଛି। ତେବେ ଏହି ପ୍ଲାନ ଲାଗି ଗ୍ରାହକଙ୍କୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?