ଜୀବନ ଜିଇଁବାର ଦିଗ ବଦଳାଇଦେବ ୫ଜି

ନୂଆଦିଲ୍ଲୀ,୧।୩: ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ବଜେଟ ପରବର୍ତ୍ତୀ ଏକ ୱେବିନାର୍‌ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ଅଧ୍ୟକ୍ଷ ଆକାଶ ଅମ୍ବାନୀ ୱେବିନାରକୁ ସମ୍ବୋଧିତ କରି କହିଥିଲେ, ବର୍ତ୍ତମାନର ଦୂରସଞ୍ଚାର ସେବା ଓ ସୁବିଧା ଅଧିକ ଉନ୍ନତ ଓ ଅତ୍ୟାଧୁନିକ ହୋଇପାରିଛି। ଫଳରେ ଏହା ଭାରତୀୟଙ୍କ ଜୀବନ ଜିଇଁବାର ଦିଗ ବଦଳାଇଦେବା। ବିଶେଷକରି ୫ଜି ପ୍ରଯୁକ୍ତି ଜରିଆରେ ଭାରତୀୟ ଆହୁରି ଅଧିକ ବିକଶିତ ହୋଇପାରିବ। ଏପରିକି ଜିଓ ପକ୍ଷରୁ ୫ଜି ନେଟ୍‌ୱର୍କର ଶୁଭାରମ୍ଭ ସାରା ବିଶ୍ୱର ସବୁଠୁ ବଡ଼ ଶୁଭାରମ୍ଭ ଥିଲା ବୋଲି ଆକାଶ ଅମ୍ବାନୀ କହିଛନ୍ତି। ସେହିଭଳି ବିଗତ ୫ମାସ ମଧ୍ୟରେ ଜିଓ ପ୍ରାୟ ୪୦ହଜାର ଟାୱାର ସାଇଟ୍ସରେ ୨.୫ଲକ୍ଷ ୫ଜି ସେଲ୍‌ସ ଲଗାଇଛି। ରିଲାଏନ୍ସ ଜିଓର ଏହି ବଡ଼ ଭିତ୍ତିଭୂମି ଦ୍ୱାରା କମ୍ପାନୀର ଟ୍ରୁ-୫ଜି ସେବା ୨୭୭ ସହରରେ ପହଞ୍ଚତ୍ଛି ବୋଲି ଆକାଶ ସ୍ପଷ୍ଟ କରିଛନ୍ତି। ସେହିପରି ୨୦୨୩ ସୁଦ୍ଧା ରିଲାଏନ୍ସ ଜିଓର ଟ୍ରୁ-୫ଜି ସେବା ସବୁ ତାଲୁକା, ସହର ଏବଂ ଗାଁରେ ଉପଲବ୍ଧ ହେବ। ଏପରିକି ବିଭିନ୍ନ କ୍ଷେତ୍ରରେ ୫ଜି ପ୍ରଯୁକ୍ତି କିଭଳି ବ୍ୟବହାର ହୋଇପାରିବ ଏବଂ ଆମ ଜୀବନ ଉପରେ ତା’ର କ’ଣ ପ୍ରଭାବ ରହିବ ସେ ସମ୍ପର୍କରେ ମଧ୍ୟ ଆକାଶ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଅପରପକ୍ଷରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଗେମିଂଠାରୁ ସ୍ମାର୍ଟ ସିଟି ପର୍ଯ୍ୟନ୍ତ ୫ଜିର ଉପଯୋଗିତା ବିଷୟରେ ଆକାଶ ବିସ୍ତୃତ ମତପ୍ରକାଶ କରିଥିଲେ। ୫ଜିର ଲାଭ ହାସଲ କରିବା ଲାଗି ଦେଶ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?