ସମ୍ବଲପୁର VSS ଷ୍ଟାଡିୟମରେ କ୍ରିକେଟ ଖେଳିଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ସମ୍ବଲପୁର,୧୧।୨: ରବିବାର ସକାଳୁ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମଲେଇ ପ୍ରକଳ୍ପ ବୁଲିବା ସହିତ କିଭଳି ସମଲେଇ ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିପାରିବ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ୍। ଏହି ଦିଗରେ ସମସ୍ତ ବ୍ୟବସ୍ଥା କରିବାକୁ ମନ୍ଦିର ଟ୍ରଷ୍ଟବୋର୍ଡ ସହ ଆଲୋଚନା କରାଯାଇଛି। ସମଲେଇ ପ୍ରକଳ୍ପ ବୁଲିବା ପରେ ମା’ ସମଲେଶ୍ବରୀଙ୍କ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିଥିଲେ ଫାଇଭ-ଟି ଅଧ୍ୟକ୍ଷ।

ଏହାପରେ ସମ୍ୱଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ପହଞ୍ଚି ଆଥଲେଟିକ ଏସୋସିଏସନ କର୍ମକର୍ତ୍ତା ଓ ଖେଳାଳିଙ୍କ ସହ ଆଲୋଚନା କରିଥିଲେ ପାଣ୍ଡିଆନ। ଏହି ସମୟରେ ଷ୍ଟାଡିୟମରେ କ୍ରିକେଟ ଖେଳାଳିଙ୍କ ସହ ସେ କ୍ରିକେଟ ଖେଳିଥିଲେ। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ବଲପୁରରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯିବା ସହ ସମ୍ବଲପୁରରେ ବହୁତ ବଡ କ୍ରିକେଟ ଷ୍ଟାଡିୟମ ଓ ଫୁଟବଲ ଷ୍ଟାଡିୟମ କରିବା ପାଇଁ ଜାଗା ଚିହ୍ନଟ କରାଯାଇଥିବାରୁ ଖୁସି ପ୍ରକାଶ କରିଛନ୍ତି ଖେଳାଳି। ଫୁଟବଲ ଓ କ୍ରିକେଟ ଷ୍ଟାଡିୟମ ନିର୍ମାଣ ପାଇଁ ୩୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଷ୍ଟାଡିୟମ ନିର୍ମାଣ ପରେ କ୍ରୀଡ଼ାବିତଙ୍କୁ ଏହା ବଡ ବୁଷ୍ଟ ହେବ ବୋଲି କୁହାଯାଉଛି।

ଏହି ଅବସରରେ ଭୀମସାର ମେଡିକାଲ କଲେଜ ଯାଇ ସ୍ବାସ୍ଥ୍ୟସେବାର ସମୀକ୍ଷା କରିଥିଲେ 5T ଅଧ୍ୟକ୍ଷ। ହସ୍ପିଟାଲ ନିର୍ଦ୍ଦେଶକ ଓ ବରିଷ୍ଠ ଡାକ୍ତରଙ୍କ ସହ ସ୍ବାସ୍ଥ୍ୟସେବା ବାବଦରେ ଆଲୋଚନା କରିଥିଲେ। ଏଠାରେ ପ୍ରଥମ ପର୍ଯ୍ୟାୟରେ ୭୦୦ ବେଡ୍ ବିଶିଷ୍ଟ ମାତୃ ଓ ଶିଶୁ ଓ୍ବାର୍ଡର ସୁବିଧା ମିଳିବ। ମେଡିକାଲ ହଷ୍ଟେଲ କ୍ୟାମ୍ପସର ଉନ୍ନତିକରଣ ସହ ସ୍ପୋର୍ଟସ କକ୍ଲେକ୍ସ କରାଯିବ। ଏହାସହ କର୍ମଚାରୀଙ୍କ ପାଇଁ କ୍ବାର୍ଟର ସହ ଅନ୍ୟ ସୁବିଧା ଯୋଗାଇ ଦିଆଯିବ। ପ୍ରାଥମିକ ପର୍ଯ୍ୟାୟରେ ହଜାରେ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଯୋଜନା ହୋଇଛି। ଏଥିପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ ହୋଇଛି ବୋଲି କହିଛନ୍ତି 5T ଅଧ୍ୟକ୍ଷ ।

 


Enter your email to get our daily news in your inbox.

All Right Reserved By Dharitri.Com

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି। ନେଇଛି।...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ଯୌତୁକ ନିର୍ଯାତନାରେ ମହିଳାଙ୍କ ଆତ୍ମହତ୍ୟା: ହାତ, ଗୋଡ଼, ପେଟରେ ଲେଖିଲେ ଦୁଃଖଦ ସୁଇସାଇଡ ନୋଟ

ନୂଆଦିଲ୍ଲୀ,୧୮।୭: ଉତ୍ତରପ୍ରଦେଶର ବାଘପତରେ ଯୌତୁକ ନିର୍ଯାତନାର ଶିକାର ହୋଇ ଜଣେ ୨୮ ବର୍ଷୀୟା ମହିଳା ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ମନୀଷା ନାମକ ଏହି ମହିଳା...

ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ସୋନିଆ ଗାନ୍ଧୀଙ୍କ ଜ୍ୱାଇଁଙ୍କର ୩୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତି: ରାହୁଲ କହିଲେ ମୋ ଭିଣୋଇ…

ନୂଆଦିଲ୍ଲୀ,୧୮।୭: ଜମି କାରବାରରେ ହେର୍‌ଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ତଥା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ...

ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ...

କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ, ରାତିରେ ଘରୁ ବାହାରିବା ମୁସ୍କିଲ

ଭୁବନେଶ୍ୱର,୧୮ା୭: କେନ୍ଦ୍ରାପଡ଼ା ଜିଲାରେ ଚାଲିଥିବା ବନ୍ୟା ବିଭୀଷିକା ମଧ୍ୟରେ ଏବେ କୁମ୍ଭୀର ଭୟ ଲୋକଙ୍କୁ ଆତଙ୍କିତ କରିଛି। ବ୍ରାହ୍ମଣୀ ନଦୀର ପାଣି ଗାଁ ଭିତରକୁ ପଶିଯିବା...

ଆସିକା ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଯଜ୍ଞନାରାୟଣ, ଶରତ ଚନ୍ଦ୍ର

ପୁରୁଷୋତ୍ତମପୁର,୧୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆସିକା ଏମ୍‌ପିଙ୍କ ପ୍ରତିନିଧି ଭାବେ ଯଜ୍ଞନାରାୟଣ ଦାଶ ଓ ଶରତଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ଏଥିନେଇ ଏମପି ଅନିତା ଶୁଭଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri