Posted inରାଜ୍ୟ

ଜାନୁୟାରୀ ପହିଲା ୨୦୨୪ ରେ ମେଟ୍ରୋ ରେଳର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯/୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ ୪.୩୦ ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନ କୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଥିଲେ। ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୂଳିଆ-ଭାୟା ଚନ୍ଦ୍ରଶେଖରପୁର,ଜୟଦେବ ବିହାର, ବାଣୀ ବିହାର ମାଷ୍ଟର କ୍ୟାଣ୍ଟିନ ଓ ରାଜମହଲ ଛକ ଦେଇ ଭୁବନେଶ୍ବର ବିମାନ ବନ୍ଦର କୁ ସଂଯୋଗ କରିବ।

ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ପାଣ୍ଡିଆନ୍ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ ଯୋଗ୍ୟ ଯେ ଏପ୍ରିଲ ୨୦୨୩ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ। ଏଥିପାଇଁ DPR ମଧ୍ୟ ସରକାର ଙ୍କ ଅନୁମୋଦନ ଲାଭ କରିଛି। ଭୁବନେଶ୍ଵର ରୁ ଖୋର୍ଦ୍ଧା ,ପୁରୀ ଓ କଟକ ସହର ରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଟିକୁ ଚଳିତ ବର୍ଷ ଏପ୍ରିଲ୍ ପହିଲାରେ ଘୋଷଣା କରିଥିଲେ। ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ୍ ମଧ୍ଯ ସରକାର ଅନୁମୋଦନ କରିଛନ୍ତି।ମେଟ୍ରୋ ରେଳ ସେବାକୁ ଭୁବନେଶ୍ଵର ର ଅନ୍ୟ ସ୍ଥାନ ଗୁଡ଼ିକ ସହ ଖୋର୍ଦ୍ଧା, ପୁରୀ ଓ କଟକର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି।

ଏହି ପ୍ରକଳ୍ପ ଦ୍ବାରା ଭୁବନେଶ୍ଵର ଓ କଟକ ମଧ୍ୟରେ ତ୍ରିଶୁଲିଆ ଏକ ପ୍ରମୁଖ ଜଙ୍କସନ ଭାବରେ ଗଢି ଉଠିବ। ଏହା ସହିତ ବାଙ୍କୀ ଓ ଆଠଗଡ ପଟରୁ ଦ୍ୱେତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ଟ୍ରିଶୁଲିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ସୁବିଧା ମଧ୍ୟ ରହିବ। ତ୍ରିଶୂଲିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି । ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ।

ବର୍ତ୍ତମାନ ସୁଦ୍ଧା ଏହି ପ୍ରକଳ୍ପରେ ସଂଶ୍ଳିଷ୍ଟ ଥିବା ବିଭିନ୍ନ ବିଭାଗ ଓ ଏଜେନ୍ସି ମାନଙ୍କ କାମର ଅଗ୍ରଗତିରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପଣ୍ଡିଆନ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଭିତ୍ତି ଭୂମି ସ୍ଥାପନ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନା ଯୋଗ୍ୟ ଯେ ୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିବେ।

ନିର୍ଦ୍ଧାରିତ ଚାରି ବର୍ଷର ସମୟ ସୀମା ମଧ୍ୟରେ ଯେପରି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେଥିପାଇଁ 5T ନୀତି ଅନୁସରଣ କରି ପ୍ରକଳ୍ପର ସମସ୍ତ କାମକୁ ଭଲ ଭାବରେ ତଦାରଖ କରିବା ପାଇଁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ଏକ ଆକାଂକ୍ଷି ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଅନୁଯାୟୀ ଏକ ବିଶ୍ବ ସ୍ତରୀୟ ସହରାଞ୍ଚଳ ଗମନା ଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ଯେପରି ସଫଳ ହେବ ତାହା ସୁନିଶ୍ଚିତ କରିବାକୁ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?