ବେଲଖଣ୍ଡିରେ ୫ଟି ସଚିବ

କେସିଙ୍ଗ।,୧୯।୫(ଡିଏନଏ): ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡିକୁ ଦୁଇ ଦିନିଆ ଗସ୍ତରେ ଆସି ଶୁକ୍ରବାର ପୂର୍ବାହ୍ନରେ ୧୧ଟାରେ ଐତିହାସିକ ଶୈବପୀଠ ବେଲଖଣ୍ଡିରେ ପହଞ୍ଚିିଥିଲେ। ଘୁମୁରା ଓ ଗଣ୍ଡା ବାଜା ତାଳେ ତାଳେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ, କେସିଙ୍ଗା ଓ କର୍ଲାମୁଣ୍ଡା ବିଡ଼ିଓ ତାଙ୍କୁ ସ୍ବାଗତ କରି ମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ପାଣ୍ଡିଆନ ମନ୍ଦିର ପରିଦର୍ଶନ କରବା ପରେ ଏକ ଜନସଭାକୁ ସମ୍ବୋଧିତ କରିଥିଲେ। ଉପସ୍ଥିତ ହଜାର ହଜାର ମାଙ୍କୁ ସମ୍ବୋଧିତ କର କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ମା ମାନଙ୍କ ପାଇଁ କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଅବତାରଣା କରିବା ସହ ଭଲ କାମ କରି ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ମଜବୁତ କରିବାକୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ସେ ବେଲଖଣ୍ଡି ମନ୍ଦିରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ବ୍ୟବସ୍ଥା କରିବେ ବୋଲି ପ୍ରକାଶ କରିଥିଲେ। ସେ ଦୁଇ ବ୍ଲକର ପ୍ରମୁଖ ସମସ୍ୟାର ଦାବିପତ୍ର ସବୁ ଗ୍ରହଣ କରଥିଲେ। ପରେ ସଭା ମଧ୍ୟକୁ ଆସି ମା ମାନଙ୍କ ସହ କିଛି ଆଲୋଚନା କରି ରାମପୁର ଅଭିମୁଖେ ଯାତ୍ରା କରିଥିଲେ । ସଚିବଙ୍କ ସହ ଜିଲାପାଳ ପି ଅନଷୋ ରେଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର ପ୍ରକାଶ ୟଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri