ବାଲିବୋଝେଇ ଟ୍ରାକ୍ଟର ଓଲଟି ୫ ଶ୍ରେଣୀ ଛାତ୍ର ମୃତ: ଶିଶୁ ଶ୍ରମିକ ହୋଇ କରୁଥିଲେ କାମ

ଦିଗପହଣ୍ଡି,୨୩।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଗ୍ରାମ ନିକଟ ବାହୁଦା ନଦୀ ପଠାରେ ବାଲି ବୋଝେଇ ଟ୍ରାକ୍ଟର ନଂ.(ଓଡି ୦୭ ଏଡି -୧୫୯୦) ରବିବାର ଭୋର ପ୍ରାୟ ସାଢେ ୬ ଟାରେ ଓଲଟି ପଡ଼ିଛି। ଏଥିରେ ଜଣେ ୫ ମ ଶ୍ରେଣୀ ଛାତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଭ୍ରମରପୁର ଗ୍ରାମ ଦଳିତ ସାହିର ପ୍ରଫୁଲ୍ଲ ନାଇକଙ୍କ ପୁଅ ପ୍ରକାଶ ନାଇକ (୧୦)। ଗ୍ରାମର ରବୀନ୍ଦ୍ର ସାହୁଙ୍କ ଟ୍ରାକ୍ଟରରେ ପ୍ରକାଶ କିଛି ଦିନ ହେଲା ଶିଶୁ ଶ୍ରମିକ ଭାବେ କାମ କରୁଥିଲେ। ରବିବାର ସକାଳେ ଅନ୍ୟ ଶ୍ରମିକଙ୍କ ସହ ପ୍ରକାଶ ବାଲି ଉତ୍ତୋଳନ ପାଇଁ ନଦୀ ପଠାକୁ ଯାଇଥିଲେ। ସେଠାରେ ବାଲି ଲୋଡ ହେବାପରେ ଟ୍ରାକ୍ଟରଟି ରେମ୍ପ ଦେଇ ହିଡ଼କୁ ଉଠୁଥିବା ବେଳେ ଚାଳକଙ୍କ ଅସାବଧାନତା କାରଣରୁ ଓଲଟି ପଡ଼ିଥିଲା। ଟ୍ରାକ୍ଟରରେ ବସିଥିବା ପ୍ରକାଶ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ। ଏକ ହିଟାଚି ମେଶିନ ଡକାଯାଇ ଅତି ତରବରିଆ ଭାବେ ଦୁର୍ଘଟଣାଗସ୍ତ ଟ୍ରାକ୍ଟରକୁ ସେଠାରୁ ଉଠାଇ ପ୍ରକାଶଙ୍କ ମୃତଦେହକୁ ତାଙ୍କ ଘରକୁ ନିଆଯିବା ପରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା।
ଖବର ପାଇ କେ.ନୂଆଗାଁ ଥାନା ପୋଲିସ ଟିମ୍‌ ଭ୍ରମରପୁର ଗ୍ରାମରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇବା ସହ ଘଟଣାର ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଟ୍ରାକ୍ଟର ଚାଳକ ଫେରାର ହୋଇଯାଇଛନ୍ତି। ଦିଗପହଣ୍ଡି ତହସିଲ ଭ୍ରମରପୁର ରାଜସ୍ବ ସର୍କଲ ଅଧୀନ ସମାସିଙ୍ଗି ମୌଜା ବାହୁଦା ନଦୀରୁ ପ୍ରତିଦିନ ଟ୍ରାକ୍ଟର, ଟିପର ଗାଡ଼ିରେ ବେଆଇନ ଭାବେ ପଡୋଶୀ ଆନ୍ଧ୍ରପ୍ରଦେଶ ସମେତ ଗ୍ରାମାଞ୍ଚଳ ମାନଙ୍କୁ ବାଲି ଚୋରା ଚାଲାଣ ହେଉଛି। ବାଲି ଘାଟ ଲିଜ ଦିଆଯାଇନାହିଁ। ମାଫିଆମାନେ ସଂଘଟିତ ଭାବେ ସ୍ଥାନୀୟ ପୋଲିସ ପ୍ରଶାସନ,ରାଜସ୍ବ ନୀରିକ୍ଷକଙ୍କୁ ପ୍ରଚୁର ବଟି ଦେଇ ଖୁଲମ ଖୁଲା ଦିବାଲୋକରେ ବାଲି ଚୋରାଚାଲାଣ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଅନ୍ୟପାକ୍ଷ, ପ୍ରକାଶଙ୍କ ପରିବାର ଲୋକେ ଗରିବ ଅସହାୟ ଭାବେ ଦିନ ମଜୁରିଆ କାମ କରନ୍ତି। ତାଙ୍କ ବାପା ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri