ଆଜିଠାରୁ ୫ମ ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ

ଭୁବନେଶ୍ୱର,୨୩ା୨: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ହୋଟେଲ ଏବଂ ରେଷ୍ଟୁରାଷ୍ଟ ସଂଘ (ହାରୋ) ପକ୍ଷରୁ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଛି। ଏପରିକି ଗୁରୁବାର ସ୍ଥାନୀୟ ସ୍ବସ୍ତି ପ୍ରିମିୟମ ହୋଟେଲ ପରିସରରେ ୫ମ ଓଡିଶା ପର୍ଯ୍ୟଟନ କନ୍‌କ୍ଲେଭ ଆୟୋଜିତ ହେବାକୁ ଯାଉଛି। ଉକ୍ତ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ ବୋଲି ହାରୋ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡି, କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଏବଂ ଉଦ୍ୟମିତ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଏବଂ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲଟି ଏବଂ ପର୍ଯ୍ୟଟନ କ୍ଷେତ୍ର ବିଷେଷଜ୍ଞ, ଟ୍ରାଭେଲ ଏଜେଣ୍ଟ, ଟୁର ଅପରେଟର, ଅନ୍ତର୍ଜାତୀୟ ଏୟାରଲାଇନ୍ସ ଏବଂ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ମଧ୍ୟ ଯୋଗ ଦେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଓଡିଶା ପର୍ଯ୍ୟଟନ କ୍ଷେତ୍ରକୁ ପରବର୍ତ୍ତିସ୍ତରକୁ ନେବା ପାଇଁ କର୍ମଶାଳାରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ସଂସ୍ଥାର ଅଧିକାରୀମାନେ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବେ।
ଏ ସମ୍ପର୍କରେ ହାରୋ ଏବଂ ଆଇଏଟିଓର ପୂର୍ବାଞ୍ଚଳ ଅଧ୍ୟକ୍ଷ ଜେ.କେ ମହାନ୍ତି କହିଛନ୍ତି, ବିଗତ ୪ ବର୍ଷ ଧରି ଓଡିଶା ପର୍ଯ୍ୟଟନ କନକ୍ଲେଭକୁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପୂର୍ଣ୍ଣ ସହାୟତା ପ୍ରଦାନ କରିଥିବାରୁ ଆମେ ରାଜ୍ୟ ପଯର୍‌ୟଟନ ବିଭାଗ ନିକଟରେ କୃତଜ୍ଞ ା ଏପରିକି ରାଜ୍ୟ ଶିଳ୍ପ ବିଭାଗ ଅଂଶୀଦାର ଏବଂ ପର୍ଯ୍ୟଟନ ବିଶେଷଜ୍ଞ ପରାମର୍ଶକୁ ଗ୍ରହଣ କରିଥିବାରୁ ବିଭାଗକୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri