ଆଜିଠାରୁ ୫ମ ଓଡ଼ିଶା ପର୍ଯ୍ୟଟନ କନ୍‌କ୍ଲେଭ

ଭୁବନେଶ୍ୱର,୨୩ା୨: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ହୋଟେଲ ଏବଂ ରେଷ୍ଟୁରାଷ୍ଟ ସଂଘ (ହାରୋ) ପକ୍ଷରୁ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଛି। ଏପରିକି ଗୁରୁବାର ସ୍ଥାନୀୟ ସ୍ବସ୍ତି ପ୍ରିମିୟମ ହୋଟେଲ ପରିସରରେ ୫ମ ଓଡିଶା ପର୍ଯ୍ୟଟନ କନ୍‌କ୍ଲେଭ ଆୟୋଜିତ ହେବାକୁ ଯାଉଛି। ଉକ୍ତ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ ବୋଲି ହାରୋ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡି, କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଏବଂ ଉଦ୍ୟମିତ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ, ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଏବଂ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଏହି ପରିପ୍ରେକ୍ଷୀରେ ହସ୍ପିଟାଲଟି ଏବଂ ପର୍ଯ୍ୟଟନ କ୍ଷେତ୍ର ବିଷେଷଜ୍ଞ, ଟ୍ରାଭେଲ ଏଜେଣ୍ଟ, ଟୁର ଅପରେଟର, ଅନ୍ତର୍ଜାତୀୟ ଏୟାରଲାଇନ୍ସ ଏବଂ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ମଧ୍ୟ ଯୋଗ ଦେବେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଓଡିଶା ପର୍ଯ୍ୟଟନ କ୍ଷେତ୍ରକୁ ପରବର୍ତ୍ତିସ୍ତରକୁ ନେବା ପାଇଁ କର୍ମଶାଳାରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ସଂସ୍ଥାର ଅଧିକାରୀମାନେ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବେ।
ଏ ସମ୍ପର୍କରେ ହାରୋ ଏବଂ ଆଇଏଟିଓର ପୂର୍ବାଞ୍ଚଳ ଅଧ୍ୟକ୍ଷ ଜେ.କେ ମହାନ୍ତି କହିଛନ୍ତି, ବିଗତ ୪ ବର୍ଷ ଧରି ଓଡିଶା ପର୍ଯ୍ୟଟନ କନକ୍ଲେଭକୁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପୂର୍ଣ୍ଣ ସହାୟତା ପ୍ରଦାନ କରିଥିବାରୁ ଆମେ ରାଜ୍ୟ ପଯର୍‌ୟଟନ ବିଭାଗ ନିକଟରେ କୃତଜ୍ଞ ା ଏପରିକି ରାଜ୍ୟ ଶିଳ୍ପ ବିଭାଗ ଅଂଶୀଦାର ଏବଂ ପର୍ଯ୍ୟଟନ ବିଶେଷଜ୍ଞ ପରାମର୍ଶକୁ ଗ୍ରହଣ କରିଥିବାରୁ ବିଭାଗକୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri