୨୪ ଜିଲାରେ ୬.୨୪ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଅନେକ କ୍ଷୟକ୍ଷତି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ ପ୍ରାଥମିକ ଆକଳନ ଅନୁଯାୟୀ, ରାଜ୍ୟର ୨୪ ଜିଲା ଅନ୍ତର୍ଗତ ୨୫୩ ବ୍ଲକ ଅଧୀନ ୧୧,୯୭୩ ଗଁା ଓ ୨୬ଟି ପୌରାଞ୍ଚଳ ଅନ୍ତର୍ଗତ ୧୦୧ଟି ୱାର୍ଡର ମୋଟ ୬ ଲକ୍ଷ ୨୪ ହଜାର ୫୬୭ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ମୋଟ ୫୩,୪୮୫ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଚଳିତ ବନ୍ୟାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବର୍ଷା ଓ ବନ୍ୟା ଯୋଗୁ ୨,୮୯୩ କଚ୍ଚାଘର ଭାଙ୍ଗି ଯାଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ୧୬ ଜିଲାରେ ୧୩ ଓଡ୍ରାଫ୍‌, ୮ଟି ଏନ୍‌ଡିଆରଏଫ୍‌ ଓ ୮୫ ଅଗ୍ନିଶମ ବାହିନୀ ଟିମ୍‌ ମୁତୟନ କରିଛନ୍ତି। ବିଭିନ୍ନ ନଦୀରେ ସୃଷ୍ଟି ହୋଇଥିବା ଘାଇକୁ ମରାମତି ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନିଆଯାଉଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବର୍ଷା ହ୍ରାସ ପାଇଛି। ରାଜ୍ୟରେ ହାରାହାରି ୪.୪ ମିମି. ବର୍ଷା ରେକର୍ଡ କରାଯାଇଛି। ମହାନଦୀ, ବୁଢ଼ାବଳଙ୍ଗ ନଦୀକୁ ଛାଡ଼ି ଅନ୍ୟ ସମସ୍ତ ନଦୀର ଜଳ ପତ୍ତନ ହ୍ରାସ ପାଇବାରେ ଲାଗିଛି। ବର୍ଷା କମିଥିବାରୁ ନଦୀଗୁଡ଼ିକର ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୫ ଫୁଟ୍‌ ଥିବାବେଳେ ଜଳଭଣ୍ଡାର ଭିତରକୁ ୩ ଲକ୍ଷ ୪୧ ହଜାର ୫୦୫ କ୍ୟୁସେକ ଜଳ ପ୍ରବେଶ କରୁଛି। ୨୦ଟି ଗେଟ୍‌ ଦେଇ ସମପରିମାଣ ଜଳ ନିଷ୍କାସିତ ହେଉଛି। କଟକର ନରାଜଠାରେ ମହାନଦୀର ଜଳସ୍ତର ୨୪.୩୮ ଫୁଟ୍‌ ରହିଛି। ସେଠାରେ ବିପଦସଙ୍କେତ ସ୍ତର ୨୬.୪୧ଫୁଟ୍‌ ରହିଛି। ଗେଟ ଖୋଲା ରହିଥିବାରୁ ଜଳ ସ୍ତର ବୃଦ୍ଧି ପାଉଛି।
ଉପରମୁଣ୍ଡରେ ବର୍ଷା ନ ଥିବାରୁ ହୀରାକୁଦର ଜଳସ୍ତର କମିବାରେ ଲାଗିଛି। ହୀରାକୁଦ ଯୋଗୁ ବନ୍ୟାର କୌଣସି ଆଶଙ୍କା ନାହିଁ। ସୋମବାର ସୁଦ୍ଧା ସ୍ଥିତି ଆହୁରି ସ୍ବାଭାବିକ ହୋଇଯିବ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହୀରାକୁଦ ଭିତରକୁ ଅଧିକ ପାଣି ଆସୁ ନ ଥିବାରୁ ଆଉ ଗେଟ ଖୋଲାଯିବାର କୌଣସି ଯୋଜନା ନଥିବା ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ଲଗାଣ ବର୍ଷା ଯୋଗୁ ରାଜ୍ୟର ୧୦ଟି ଜିଲା ବରଗଡ଼, ବଲାଙ୍ଗିର, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲାର ମୋଟ ୭୯ଟି ବ୍ଲକ ଅଧୀନ ୨୬୯ଟି ପଞ୍ଚାୟତର ୪୭୩ଟି ଗାଁ ଏବଂ ୧୪ଟି ପୌରାଞ୍ଚଳର ୫୬ଟି ୱାର୍ଡ ପ୍ରଭାବିତ ହୋଇଛି। ପ୍ରାୟ ୨୮୦୪ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ବର୍ଷା ବିତ୍ପାତରେ ଏସବୁ ଜିଲାର ମୋଟ ୮୯୦ ଘର ନଷ୍ଟ ହେବା ସହ ୧୧,୭୩୦ ଜଣ କ୍ଷତିଗ୍ରସ୍ତ ହୋଇଛନ୍ତି।
ସେହିପରି ବର୍ଷା ଓ ବନ୍ୟା ଯୋଗୁ ଅନୁଗୋଳ, ବୌଦ୍ଧ, କେନ୍ଦୁଝର, ସମ୍ବଲପୁର, ସୋନପୁର, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ପୁରୀ, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲାର ମୋଟ ୭୪ଟି ବ୍ଲକ ଅଧୀନ ୪୪୯ଟି ପଞ୍ଚାୟତର ୧୫୦୦ ଗାଁ ଏବଂ ୧୨ଟି ପୌରାଞ୍ଚଳ ଅନ୍ତର୍ଗତ ୪୫ଟି ୱାର୍ଡର ମୋଟ ୬ ଲକ୍ଷ ୧୨ ହଜାର ୮୩୭ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ଏସବୁ ଜିଲାର ୫୦,୬୮୧ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ଓ ୨୩୫ଟି ରନ୍ଧାଖାଦ୍ୟ କେନ୍ଦ୍ର ଖୋଲାଯାଇଛି। ବର୍ଷା ଓ ବନ୍ୟା ଯୋଗୁ ଏହି ୧୪ଟି ଜିଲାରେ ମୋଟ ୨୦୦୩ ଘର ନଷ୍ଟ ହୋଇଛି । ଚଳିତବର୍ଷ ବନ୍ୟାରେ ପ୍ରଥମ ମୃତ୍ୟୁ ଘଟଣାରେ କେନ୍ଦୁଝର ଜିଲାରେ ଜଣେ ଓ ଯାଜପୁର ଜିଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri