ଚାର୍ଜଫ୍ରେମ୍‌ ପାଇଁ କୋର୍ଟରେ ହାଜର ହେଲେ ୬ ଅଭିଯୁକ୍ତ

ଭଦ୍ରକ ଅଫିସ,୧୨।୧୦: ବହୁଚର୍ଚ୍ଚିତ ନୟାଗଡ଼ର କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କୁ ଚାର୍ଜଫ୍ରେମ୍‌ ପାଇଁ ମଙ୍ଗଳବାର ଭଦ୍ରକ ଜିଲା ଅଦାଲତରେ ହାଜର କରାଯାଇଛି। ଜେଲରୁ କଡ଼ା ସୁରକ୍ଷା ମଧ୍ୟରେ ସେମାନଙ୍କୁ କୋର୍ଟକୁ ଅଣାଯାଇଥିଲା। କ୍ରାଇମବ୍ରାଞ୍ଚ ଦ୍ୱାରା ଦାଖଲ କରାଯାଇଥିବା ଚାର୍ଜଶିଟ୍‌ ଅନୁଯାୟୀ ସମସ୍ତ ଦଫାରେ ଚାର୍ଜଫ୍ରେମ ହୋଇଛି। ପୂର୍ବରୁ ଏହି ମାମଲାରେ ଅନ୍ୟତମ ଅଭିଯୁକ୍ତ ପରମେଶ୍ୱର ରାଉତ ଜାମିନରେ ଆସିଥିଲେ। ଗତ ସେପ୍ଟେମ୍ବର ୮ରେ ଅଭିଯୁକ୍ତ ଝୁନା ଭୋଇ ମଧ୍ୟ ଜାମିନ ପାଇଁ ଦରଖାସ୍ତ କରିଥିଲେ। ଜିଲା ଜଜ୍‌ ପ୍ରଦ୍ୟୁମ୍ନ କୁମାର ନାୟକ ଶୁଣାଣି କରି ତାଙ୍କ ଜାମିନ ଖାରଜ କରିଥିଲେ।
ସୂଚନାଯୋଗ୍ୟ, ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ସହଯୋଗୀ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଝୁନା, କୃଷ୍ଣଚନ୍ଦ୍ର ନାୟକ, ଭାଗ୍ୟଧର ନାୟକ, ବିବେକ ନାୟକ, ପରମେଶ୍ୱର ରାଉତ ଓ ରଞ୍ଜନ କୁମାର ନାୟକଙ୍କୁ ଗିରଫ କରାଯାଇଥିଲା। ଏହାମଧ୍ୟରେ ତଦନ୍ତ ଶେଷ କରି କ୍ରାଇମବ୍ରାଞ୍ଚ ଚୂଡ଼ାନ୍ତ ଚାର୍ଜଶିଟ୍‌ ଚାନ୍ଦବାଲି ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ର୍ରେଟଙ୍କ କୋର୍ଟରେ ଦାଖଲ କରିବା ପରେ ଚଳିତ ମାସ ୮ ତାରିଖରେ ମାମଲାର ବିଚାର ପାଇଁ ଜିଲା ଜଜ୍‌ କୋର୍ଟକୁ ସ୍ଥାନାନ୍ତର ହୋଇ ଚାର୍ଜଫ୍ରେମ୍‌ ପାଇଁ ଧାର୍ଯ୍ୟ କରାଯାଇଥିଲା। ପରମେଶ୍ୱର ଓ ଝୁନାଙ୍କ ବ୍ୟତୀତ ଅନ୍ୟ ୬ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri