୬ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୩୦।୧୦(ବ୍ୟୁରେ): ଆସନ୍ତା ୩୧ ତାରିଖରେ ଓଡ଼ିଶା କ୍ୟାଡର ୩ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ବୋର୍ଡ ଅଫ୍‌ ରେଭିନ୍ୟୁ ମେମ୍ବର ଜିଭିଭି ଶର୍ମା, ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ଉପେନ୍ଦ୍ର ପ୍ରସାଦ ସିଂ ଅବସର ଗ୍ରହଣ କରିବେ। ଏଥିସହିତ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା କେନ୍ଦ୍ରୀୟ ଡେପୁଟେଶନକୁ ଯିବେ। ଏହା ପୂର୍ବରୁ ରାଜ୍ୟ ସରକାର ଶନିବାର ୬ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି।
୧୯୮୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଗୋପବନ୍ଧୁ ଏକାଡେମୀ ଡିଜି ଥିବା ଆର୍‌.କେ. ଶର୍ମାଙ୍କୁ କଟକ ବୋର୍ଡ ଅଫ୍‌ ରେଭିନ୍ୟୁ ସଦସ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ ୧୯୮୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଉନ୍ନୟନ କମିଶନର ପ୍ରଦୀପ ଜେନାଙ୍କୁ କୃଷି ଉତ୍ପାଦନ କମିଶନର, ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓ ରଞ୍ଜନ କୁମାର ସିଂଙ୍କୁ ଗୃହ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିବା ଶାଶ୍ୱତ ମିଶ୍ରଙ୍କୁ ଏମ୍‌ଏସ୍‌ଏମ୍‌ଇ ବିଭାଗ, ୨୦୦୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ରୂପା ରୋଶନ ସାହୁଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?