ଜମିବାଡ଼ି ବିବାଦକୁ ନେଇ ହଣାକଟା, ୬ ଗୁରୁତର

ଭଦ୍ରକ,୨୯ା୧୨(ସନାତନ ରାଉତ): ଭଦ୍ରକ ଟାଉନ ଥାନା ଚରମ୍ପା ବରଳାପୋଖରୀରେ ଜମିବାଡ଼ି ବିବାଦକୁ ନେଇ ୨ ପରିବାର ମଧ୍ୟରେ ହଣକଟା ହୋଇଛି। ଫଳରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତର ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ଜମିବାଡ଼ି ଭାଗବଣ୍ଟାକୁ ନେଇ ଉକ୍ତ ଗ୍ରାମର ଦଳେଇ ଓ ସେନାପତି ପରିବାର ମଧ୍ୟରେ ପୂର୍ବରୁ ବିବାଦ ଲାଗିଥିଲା। ପୂର୍ବରୁ ହୋଇଥିବା ଗଣ୍ଡଗୋଳ ମାମଲାରେ ସେନାପତି ପରିବାର ଗୁରୁବାର ଜାମିନରେ ଆସିଥିଲେ। ତେବେ ଏହି ରାତିରେ ପୁନର୍ବାର ଉଭୟ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ଆରମ୍ଭ ହୋଇଥିଲା l ଉଭୟ ପକ୍ଷରୁ ଆକ୍ରମଣରେ ନରହରି ଦଳେଇ, ଭଗତ ଦଳେଇ, ରବୀନ୍ଦ୍ର ଦଳେଇ, ମାନସୀ ଦଳେଇ, ଶ୍ରଦ୍ଧାଞ୍ଜଳି ସେନାପତି, ପଦ୍ମାବତୀ ସେନାପତିଙ୍କ ସମେତ ଉଭୟ ପରିବାର ୬ଜଣ ଗୁରୁତର ହୋଇଛନ୍ତ। ଦୀର୍ଘ ୪ର୍ଷ ଧରି ଜମିବାଡ଼ି ବିବାଦ ଲାଗି ରହିଛି। ଟାଉନ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri