Posted inଜାତୀୟ

ଭାରତୀୟ ଯବାନଙ୍କ କବ୍‌ଜାରେ ଏଲ୍‌ଏସିର ୬ ଅଞ୍ଚଳ

ଲେହ, ୨୦।୯: ପୂର୍ବ ଲଦାଖରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟ ବାହିନୀ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତୀୟ ଯବାନ ପୋଙ୍ଗାଙ୍ଗ୍‌ ହ୍ରଦ ନିକଟରେ ଥିବା ୬ଟି ଅଞ୍ଚଳ ଉପରେ ନିଜର କବ୍‌ଜା ସାବ୍ୟସ୍ତ କରିଛନ୍ତି। ଅଗଷ୍ଟ ୨୯ରୁ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ମଧ୍ୟରେ ଏସବୁ ଅଞ୍ଚଳ ଭାରତୀୟ ଯବାନଙ୍କ କବ୍‌ଜାକୁ ଆସିଛି। ସେସବୁ ମଧ୍ୟରେ ମଗର ହିଲ୍‌, ଗୁରୁଙ୍ଗ୍‌ ହିଲ୍‌, ରେସେହେନ୍‌ ଲା, ରେଜାଙ୍ଗ୍‌ ଲା, ମୋଖପାରି ଏବଂ ଫିଙ୍ଗର-୪ ନିକଟରେ ଥିବା ଅଞ୍ଚଳ ଆଦି ରହିଛି। ଉଚ୍ଚ ପାହାଡ଼ରେ ଥିବା ଏହି ଅଞ୍ଚଳଗୁଡ଼ିକ ଭାରତୀୟ ଯବାନଙ୍କ ଦଖଲକୁ ଆସିବା ଦ୍ୱାରା ସହଜରେ ଚାଇନା ସୈନ୍ୟଙ୍କ ଗତିବିଧି ଉପରେ ନଜର ରଖାଯାଇ ପାରିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇନା ଏଲ୍‌ଏସିରେ ଅଧିକ ଯବାନ ମୁତୟନ କରିଛି। ଏହା ସହିତ ବିଭିନ୍ନ ଯୁଦ୍ଧ ସରଞ୍ଜାମ ମଧ୍ୟ ଚାଇନା ଠୁଳ କରିବାରେ ଲାଗିଛି। ବ୍ଲାକ୍‌ଟପ୍‌ ଏବଂ ହେଳମେଟ୍‌ ଟପ୍‌ ଚାଇନା ପଟେ ରହଛି। ଅପର ପକ୍ଷରେ ଭାରତୀୟ ଯବାନଙ୍କ କବ୍‌ଜାରେ ଥିବା ଅଞ୍ଚଳ ଭାରତ ସୀମା ଭିତରେ ରହିଥିବା ଭାରତୀୟ ସୁରକ୍ଷା ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri