ରାଉରକେଲା ଅଫିସ,୧୬।୯: ରାଉରକେଲା ବନଖଣ୍ଡ ଅଧୀନ ବାଙ୍କି ଅଞ୍ଚଳରେ ଏକ ହାତୀ ମୃତ୍ୟୁ ଘଟଣାରେ ବନ ବିଭାଗ ୬ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ନାଗ ଟିଗା(୩୯), କରମ ଟିଗା(୫୮), ବିଶ୍ରା ଓରାମ(୪୧), ଅଜୟ ଓରାମ(୨୮), ସଲନ ଓରାମ(୩୦) ଏବଂ ବିଶି ଓରାମ(୩୨)। ସେମାନଙ୍କଠାରୁ ୪ଟି ତେଣ୍ଟା ଓ ୨ଟି ହାତୀଦାନ୍ତ ଜବତ ହୋଇଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ତେବେ ଧାନ ଫସଲ ନଷ୍ଟ କରିବାରୁ ଅଭିଯୁକ୍ତମାନେ ଉକ୍ତ ହାତୀକୁ ମାରି ଦେଇଥିବା ଜଣାପଡିଛି। ଗୁରୁବାର ରାଉରକେଲା ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବନ ଅଧିକାରୀ ଯଶୋବନ୍ତ ସେଠୀ ଏ ନେଇ ସୂଚନା ଦେଇଛନ୍ତି।
ବନ ଅଧିକାରୀ ସେଠୀଙ୍କ ସୂଚବା ଅନୁସାରେ, ଗତ ୯ ତାରିଖ ରାତି ୧୧ଟାରେ ଏକ ଦନ୍ତା ହାତୀ ବାଙ୍କି ଗ୍ରାମକୁ ପଶି ଆସିବାରୁ ଗ୍ରାମବାସୀ ତାକୁ ଘଉଡ଼ାଇଥିଲେ। ମାତ୍ର ହାତୀଟି ଗ୍ରାମର କିଛି ଦୂରକୁ ଯାଇ ପୁଣି ରାତି ୨ଟାରେ ଆସି ଉକ୍ତ ଗ୍ରାମର କରମ ଟିଗାଙ୍କ ଧାନକ୍ଷେତରେ ପଶିଥିଲା। ଏହି ସମୟରେ ପୂର୍ବରୁ ସେଠାରେ ଜଗି ରହିଥିବା ଅଭିଯୁକ୍ତମାନେ ହାତୀକୁ ତେଣ୍ଟାରେ ଆକ୍ରମଣ କରିଥିଲେ। ଫଳରେ ଗୁରୁତର ହାତୀଟି ସେଠାରୁ କିଛି ବାଟ ଯାଇ ତଳେ ପଡିଥିଲା। ହାତୀ ଦେହରୁ ପ୍ରଚୁର ରକ୍ତସ୍ତ୍ରାବ ହେବାରୁ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଥିଲା। ହାତୀ ମୃତ୍ୟୁ ହୋଇଥିବା ଜାଣି ଅଭିଯୁକ୍ତମାନେ ହାତୀ ଦେହରୁ ୪ଟି ତେଣ୍ଟାକୁ ବାହାର କରି ଧାନକ୍ଷେତ ନିକଟ ଏକ ପୋଖରୀରେ ଫିଙ୍କି ଦେଇଥିଲେ। ପରଦିନ ଅର୍ଥାତ୍ ୧୦ ତାରିଖ ସକାଳେ ଖବର ପାଇ ରାଉରକେଲା ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ରେଞ୍ଜ୍ ଅଫିସର ଅଜୟ ଖେସ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଏ ନେଇ ବନ ବିଭାଗ ପକ୍ଷରୁ ଏକ ମାମଲା (ନଂ.୭୦।୨୨) ରୁଜୁ କରି ତଦନ୍ତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସୂଚନାଯୋଗ୍ୟ, ବର୍ଷେ ତଳେ ଅଭିଯୁକ୍ତ କରମ ଏକ ହାତୀକୁ ଆକ୍ରମଣ କରିଥିଲେ ବୋଲି ଜଣାପଡିଛି।
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…
ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
Archives

