କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ ନଗଦ ଟଙ୍କା ଚୋରି ଘଟଣାରେ କେସିଙ୍ଗା ପୋଲିସ ୬ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି।
ଗିରଫ ଅଭିଯୁକ୍ତମାନେ ରାୟଗଡ଼ା ଓ କେସିଙ୍ଗା ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ସେମାନଙ୍କ ଠାରୁ ୭୨ ଗ୍ରାମ ସୁନା, ୧ କେଜି ୧୩୮ ଗ୍ରାମ ରୁପା ଓ ୨ ଲକ୍ଷ ୭୦ ହଜାର ଟଙ୍କା ନଗଦ ଜବତ ହୋଇଛି। ଚୋରି ସମ୍ପତ୍ତିର ମୋଟ ମୂଲ୍ୟ ପ୍ରାୟ ୧୮ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି।
ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୁଣ୍ଡା ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଥିଲେ। SDPO ସନ୍ଦୀପ ମାଝୀ ଓ IIC ଜିତେନ୍ଦ୍ର ବିଶ୍ୱାଳଙ୍କ ସମେତ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

