ବନପାଳଙ୍କ ସମେତ ୬ ଗିରଫ

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ୍‌ ସମୟରେ ପୋଲିସ ଚଢ଼ାଉ କରି ୬ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଯୋଧ୍ୟା ଅଞ୍ଚଳର ବନପାଳ ରାମଚନ୍ଦ୍ର ମାରାଣ୍ଡି ରହିଛନ୍ତି। ସେହିପରି ଦେଉଳି ଗ୍ରାମର ସନ୍ତୋଷ ସିଂ, ଭଣ୍ଡାରୀପାଳ ଗ୍ରାମର ସାହେବ ମାରାଣ୍ଡି, ଜେଏସକାମୁଡିବନ୍ଧ ପଞ୍ଚାୟତର ବିଶେଶ୍ୱର ମାରାଣ୍ଡି, ବାରିପଦାର ଡଙ୍ଗୀରିସାହି ଅଞ୍ଚଳର ରମେଶ ଚନ୍ଦ୍ର ସିଂ, ବେତନଟୀ ଛୋଟରାୟପୁର ଅଞ୍ଚଳର ଗଗନ ବେହେରାଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ସୋମବାର ସାରେ ଥାନା ଅଧିକାରୀ ବିକ୍ରମ କେଶରୀ ଜେନାଙ୍କ ନେତୃତ୍ୱରେ ଏକ ଟିମ୍‌ ଦେବଳା ପଞ୍ଚାୟତ ଶାଣଦେଇ-ସମୀବୃକ୍ଷ ରାସ୍ତାର ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ଖବରପାଇ ଚଢ଼ାଉ କରିଥିଲା। ବନପାଳ ରାମଚନ୍ଦ୍ର ମାରାଣ୍ଡି ୫ ଲକ୍ଷ ଟଙ୍କାରେ ବିକ୍ରି ନିମନ୍ତେ ଡ଼ିଲ କରୁଥିବା ବେଳେ ପୋଲିସ ତାଙ୍କୁ ମାଡ଼ି ବସିଥିଲା। ତେବେ ଅଖା ମଧ୍ୟରେ ମୃତ ବଜ୍ରକାପ୍ତାର ସମ୍ପୂର୍ଣ୍ଣ ଖୋଳପା ରହିଥିଲା। ଜବତ ଖୋଳପାରୁ ବଜ୍ରକାପ୍ତାଟି ୩ରୁ ୪ ବର୍ଷର ହୋଇଥିବା ବେଳେ ଜବତ ଖୋଳପାର ଓଜନ ୨ କିଲୋ ୧୩୫ ଗ୍ରାମ ବୋଲି ଜଣାପଡ଼ିଛି। ପୋଲିସ ଏହି ଘଟଣାକୁ କପ୍ତିପଦା ବନାଞ୍ଚଳକୁ ହସ୍ତାନ୍ତର କରିଛି। ତେବେ ଏହି ବଜ୍ରକାପ୍ତା କେଉଁଠୁ ଆସିଲା ଏବଂ ଏହାକୁ ଶିକାର କରିଥିବା ସମ୍ପର୍କରେ ଖୋଳତାଡ ଜାରି ରହିଛି। ଗିରଫ ବନପାଳଙ୍କ ସମେତ ଅନ୍ୟ ବନ କର୍ମଚାରୀ ଏହି ଘଟଣାରେ ଜଡିତ ଥିବା ନେଇ ତଦନ୍ତ ଚାଲିଛି। ଏହି ଚଢ଼ାଉରେ ପୋଲିସ ୨ଟି ବାଇକ୍‌ ଏବଂ ଗୋଟିଏ ସ୍କୁଟି ଜବତ କରିଛି। ସମ୍ପୃକ୍ତ ବନପାଳଙ୍କ ଆଇକାର୍ଡ ଜବତ କରିବା ସହିତ ୬ଟି ମୋବାଇଲ ମଧ୍ୟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?