Posted inଜାତୀୟ

ହାଥରସ୍‌ ସତ୍‌ସଙ୍ଗ ଦଳାଚକଟା ମାମଲା: ୬ ଗିରଫ

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଘଟିଥିବା ଦଳାଚକଟା ମାମଲାରେ ଆୟୋଜନକାରୀ କମିଟିର ୬ ଜଣଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଦଳାଚକଟା ଘଟଣାର ୭୨ ଘଣ୍ଟା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୬ ଜଣ ଗିରଫ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତ ଭୋଲେ ବାବା ଚମ୍ପଟ ମାରିଛନ୍ତି।

ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ଅଲିଗଡ଼ ଆଇଜି ଶଲଭ ମାଥୁର କହିଛନ୍ତି, ଏହି ଘଟଣାରେ ୪ ଜଣ ପୁରୁଷ ଏବଂ ଦୁଇ ମହିଳାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଛି। ସମସ୍ତେ ଆୟୋଜକ କମିଟିର ସଦସ୍ୟ ଏବଂ ‘ସେବକ’ ଭାବରେ କାର୍ଯ୍ୟ କରୁଥିଲେ। ଦଳାଚକଟା ପରେ  ଏହି ଲୋକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ସେ କହିଛନ୍ତି, ମୁଖ୍ୟ ଅଭିଯୁକ୍ତ ପ୍ରକାଶ ମଧୁକରଙ୍କ ଗିରଫଦାରୀଙ୍କୁ ୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି। ଖୁବ୍‌ଶୀଘ୍ର ତାଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ ଜାରି କରାଯିବ। ଏହି ଘଟଣା କୌଣସି ଷଡ଼ଯନ୍ତ୍ରର ଅଂଶ ଭାବରେ ଘଟିଛି କି ନାହିଁ ଆମେ ମଧ୍ୟ ଅନୁସନ୍ଧାନ କରିବୁ।

ସେ କହିଛନ୍ତି, ଯଦି ଆବଶ୍ୟକ ହୁଏ, ନାରାୟଣ ସାକର ଛଦ୍ମନାମ ଭୋଲେ ବାବାଙ୍କୁ ପଚରାଉଚରା କରାଯିବ। ଭୋଲେ ବାବାଙ୍କ ନାମରେ ଏଫ୍‌ଆଇଆର୍‌ ନାହିଁ। ଦାୟିତ୍ୱ ସଂଗଠକଙ୍କ ଉପରେ ଅଛି। ସଂଗଠକଙ୍କ ନାମରେ ଏଫ୍‌ଆଇଆର୍‌ ରହିଛି। ଯେଉଁ ସେବକମାନେ ଭିଡ଼ ରୋକିବାରେ ପୋଲିସ ସହ ସହଯୋଗ କରି ନ ଥିଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଏହି ଘଟଣାରେ ଆୟୋଜକଙ୍କ ଅବହେଳା ସାମ୍ନାକୁ ଆସିଛି। ଏହା ପଛରେ ଏକ ଷଡ଼ଯନ୍ତ୍ର ଥିବା ମଧ୍ୟ କୁହାଯାଉଛି। ଲୋକମାନେ ସତ୍‌ସଙ୍ଗରେ ଦଳାଚକଟାର ସମ୍ମୁଖୀନ ହୋଇଥିଲେ। କିନ୍ତୁ ପ୍ରଥମେ ଏହି ଘଟଣାକୁ ଲୁଚାଇବାକୁ ଚେଷ୍ଟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri