ପେଟ୍ରୋଲ ପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୦ା୪(ବ୍ୟୁରୋ): ପାରାଦୀପରୁ ସମ୍ବଲପୁର ଦେଇ ରାଞ୍ଚତ୍କୁ ପାଇପ୍‌ ଲାଇନ୍‌ ଯୋଗେ ଯାଉଥିବା ଆଇଓସିଏଲ୍‌ କମ୍ପାନୀର ତେଲ ଚୋରି ଘଟଣାର ସମ୍ବଲପୁର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ବଲପୁର ଗୋଶାଳାସ୍ଥିତ ପେଟ୍ରୋଲ ପମ୍ପ ମାଲିକ ସୁବାସ ଅଗ୍ରୱାଲ ଓ ଅନ୍ୟ ୫ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଦୁଷ୍ମନ୍ତ ନାଏକ, ସିପୁନ ବେହେରା, ମଳୟ କର୍ଣ୍ଣ, ବିନୟ ନାଗ ଓ ଦୀପକ କୁମାର ଗୋଏଲ। ଅଭିଯୁକ୍ତଙ୍କଠାରୁ ଜେନେରେଟର, ପାଇପ୍‌ ଲାଇନ୍‌ କଟର ମେଶିନ, ତାର, ପାଣି ପମ୍ପ, ଜାର୍‌, ବୋତଲ ଓ ଅନ୍ୟାନ୍ୟ ଯନ୍ତ୍ର ଜବତ ହୋଇଥିବା ନେଇ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ସେ କହିଥିଲେ, ଜାନୁୟାରୀ ୨୦ରେ କତରବଗା ଥାନା ଅଞ୍ଚଳରୁ ପାଇପ୍‌ଲାଇନ୍‌ କଟାଯାଇ ତେଲ ଚୋରି ହୋଇଥିଲା। ଏହି ସମୟରେ ପୋଲିସ ୪ ଅଭିଯୁକ୍ତଙ୍କୁ କାବୁ କରିଥିଲା। ଏଥିସହ ଘଟଣାରେ ବ୍ୟବହୃତ ୩ଟି ଟ୍ୟାଙ୍କର ଜବତ କରିଥିଲା। ପରେ ରେଢ଼ାଖୋଲ ଥାନା ଅଞ୍ଚଳରୁ ମଧ୍ୟ ଚୋରି ଉଦ୍ୟମ ହୋଇଥିଲା। କିନ୍ତୁ ପୋଲିସ ପାଟ୍ରୋଲିଂ ଯୋଗୁ ଅଭିଯୁକ୍ତମାନେ ଯନ୍ତ୍ରପାତି ଛାଡି ଫେରାର ହୋଇଯାଇଥିଲେ। ଏହି ଘଟଣାର ମାଷ୍ଟର ମାଇଣ୍ଡ ସୋନୁ ଜେନାଙ୍କ ସମେତ ଅନ୍ୟ ୬ଜଣଙ୍କୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ୨୩ରୁ ଅଧିକ ମାମଲା ରହିଛି। ଅଭିଯୁକ୍ତମାନେ ସମ୍ବଲପୁର ସମେତ ବରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଜିଲାରେ ଚୋରି, ଡକାୟତି, ହତ୍ୟା ଧମକ ଭଳି ଅପରାଧିକ କାର୍ଯ୍ୟରେ ଲିପ୍ତ ଥିଲେ। ପାଇପ୍‌ ଲାଇନ୍‌ରୁ ତେଲ ଚୋରି କରି ଅଭିଯୁକ୍ତମାନେ ହଜାର ହଜାର ଲିଟର ତେଲ ଚୋରି କରି ଟ୍ୟାଙ୍କର ଯୋଗେ ନେଇ ପେଟ୍ରୋଲ ପମ୍ପରେ ବିକ୍ରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri