ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌, ୨ବାଇକ୍‌ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା ଲୁଟେରାମାନେ ହେଲେ ମଧୁପାଟଣା ଥାନା ଅଧୀନ ତିନିଘରିଆ ଅଞ୍ଚଳର ଜ୍ଞାନ ଓରଫ୍‌ ଦୀପକ କୁମାର ବେଉରା, ନିଆଳି ଥାନା ଅଞ୍ଚଳର ସନ୍ତୁ ଓରଫ୍‌ ସନ୍ତୋଷ ପାତ୍ର, ମାର୍ଶାଘାଇ ଥାନା ଅଞ୍ଚଳର ରାଜା ଓରଫ୍‌ ବିବେକାନନ୍ଦ ସେନାପତି, ମଙ୍ଗଳାବାଗ ତେଲିସାହି ଅଞ୍ଚଳର କୁନା ବେହେରା ଏବଂ ଜଗତ୍‌ସିଂହପୁର ବାଲିକୁଦା ଥାନା ଅଞ୍ଚଳର ସୁଧୀର ସ୍ବାଇଁ। ଏମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଡିସିପି ପ୍ରତୀକ୍‌ ସିଂ ତାଙ୍କ କାର୍ଯ୍ୟାଳୟରେ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।
ଡିସିପି କହିଛନ୍ତି, ବୁଧବାର ରାତିରେ ଏହି ଘଟଣା ଘଟିଥିଲା। ଲୁଟ୍‌ର ଶିକାର ହୋଇଥିବା କୁନା ବିଶ୍ୱାଳ ମଧୁପାଟଣା ଥାନାରେ ଅଭିଯୋଗ କରିଥିଲେ ଯେ, ସନ୍ତୋଷ ନଗରଠାରେ ୬ଜଣ ଦୁର୍ବୃତ୍ତ ବନ୍ଧୁକ ମୁନରେ ତାଙ୍କଠାରୁ ନଗଦ ଟଙ୍କା ଓ ମୋବାଇଲ ଫୋନ୍‌ ଲୁଟ୍‌ କରି ଦୁଇଟି ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ। ମଧୁପାଟଣା ଥାନା ଅଧିକାରୀ ତୁଷାରକାନ୍ତ ସେଠୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ତେବେ ଜଣେ ସେଠାରୁ ଫେରାର ହୋଇଯାଇଥିଲେ। ଅଭିଯୁକ୍ତମାନେ ପୂର୍ବରୁ ଡକାୟତି, ରାହାଜାନି ଓ ଲୁଟ୍‌ ପରି ସଙ୍ଗିନ ମାମଲାରେ ଗିରଫ ହୋଇ ଜାମିନରେ ଆସିଥିଲେ। ସେମାନେ ବାଙ୍କୀ, ସାଲେପୁର, ଖୁଣ୍ଟୁଣି, ନିଆଳି ଆଦି ଅଞ୍ଚଳରୁ ଲକ୍ଷ ଲକ୍ଷ ଟଙ୍କା ଲୁଟ୍‌ପାଟ୍‌ କରିଛନ୍ତି। ଏପରି କି ଏକବର୍ଷ ମଧ୍ୟରେ ସେମାନେ ଏକ କୋଟି ଟଙ୍କାର ଲୁଟ୍‌ କରିଥିବା ପୋଲିସ ପାଖରେ ସ୍ବୀକାର କରିଛନ୍ତି। ସେମାନଙ୍କଠାରୁ ଗୋଟିଏ ୯ ଏମ୍‌ଏମ୍‌ ଓ ୭.୬୫ ଏମ୍‌ଏମ୍‌ର ଦେଶୀ ପିସ୍ତଲ, ଦୁଇଟି ରିଭଲଭର, ୮ଟି ଜୀବନ୍ତ ଗୁଳି, ୬ଟି ମୋବାଇଲ୍‌ ଫୋନ୍‌, ଗୋଟିଏ ହରନେଟ୍‌ ମୋଟର ସାଇକେଲ(ଓଡି ୦୫ ୟୁ ୦୭୫୮), ଗୋଟିଏ ଆପାଚି ବାଇକ୍‌ (ଓଡି ୦୬ ଏନ୍‌ ୫୬୪୬) ସମେତ ୫,୫୦୦ ଟଙ୍କା ନଗଦ ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ଜ୍ଞାନଙ୍କ ନାମରେ ମଧୁପାଟଣା ଥାନାରେ ୧୯ଟି, ସନ୍ତୁ ନାମରେ ନିଆଳି, ଓଳଟପୁର, ଜଗତ୍‌ସିଂହପୁର ଥାନାରେ ୧୨ଟି, ସୁଧିର ନାମରେ ମଧୁପାଟଣା, କ୍ୟାଣ୍ଟନମେଣ୍ଟ, ଚାଉଳିଆଗଞ୍ଜ, ମଙ୍ଗଳାବାଗ, ଚୌଦ୍ୱାର, ବାଲିକୁଦା ଥାନାରେ ୧୦ଟି ଏବଂ ରାଜା ନାମରେ ସଦର ଥାନାରେ ଗୋଟିଏ ସଙ୍ଗିନ ମାମଲା ଥିବା ଡିସିପି ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri