Posted inଜାତୀୟ

ସୀମା ବିବାଦରେ ବଳିପଡ଼ିଲେ ୬ ପୋଲିସ

ନୂଆଦିଲ୍ଲୀ, ୨୬।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶିଲଂଠାରେ ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର ୨ଦିନ ପରେ ବିବାଦୀୟ ଆସାମ-ମିଜୋରାମ ସୀମାରେ ସୋମବାର ହିଂସାକାଣ୍ଡ ତୀବ୍ର ହୋଇଛି। ମିଜୋରାମ ପଟୁ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆସାମର ୬ ପୋଲିସ ନିହତ ହୋଇଛନ୍ତି। ଆସାମର ଚାଚର ଜିଲା ଏବଂ ମିଜୋରାମର କୋଲାସିବ ଜିଲା ସୀମାରେ ସଂଘର୍ଷ ହୋଇଥିଲା। ଟେକା ପଥର ମାଡ଼ରେ ବହୁସଂଖ୍ୟାରେ ଆସାମ ପୋଲିସ କର୍ମଚାରୀ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆକ୍ରମଣରେ କେତେକ ସରକାରୀ ଗାଡ଼ି ଭାଙ୍ଗିରୁଜି ଯାଇଛି। ଚାଚର ଜିଲା ଡେପୁଟି କମିଶନରଙ୍କ ଗାଡ଼ି ଭାଙ୍ଗିଯାଇଛି। ସୀମାରେ ଗୁଳିମାଡ଼ ଜାରି ରହିଥିବାରୁ ଆସାମର ଜଣେ ବରିଷ୍ଠ ପୋଲିସ ଅଧିକାରୀ ଜଙ୍ଗଲ ମଧ୍ୟରେ ରହିଛନ୍ତି। ଚାଚର ଏସ୍‌ପି ନିମ୍ବଲକର ବୈଭବ ଚନ୍ଦ୍ରକାନ୍ତଙ୍କ ସମେତ ୫୦ ଜଣ ପୋଲିସ ଆହତ ହୋଇଥିବା ସେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଟୁଇଟର ଯୁଦ୍ଧରେ ଲିପ୍ତ ଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି କରିଛନ୍ତି। ଆସାମ ପୋଲିସର ୬ ସାହସୀ ଯବାନ ସେମାନଙ୍କ ଜୀବନକୁ ବଳି ଦେଇଥିବା ଜାଣି ସେ ଗଭୀର ମର୍ମାହତ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି।

ପୂର୍ବରୁ ଶାହା ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସୀମା ବିବାଦର ସମାଧାନ ସୂତ୍ର ବାହାର କରିବାକୁ କହିଥିଲେ। ବିବାଦର ସମାଧାନ କରି ଶାନ୍ତି ବଜାୟ ରଖିବା ପାଇଁ ଆସାମ ଓ ମିଜୋରାମ ମୁଖ୍ୟମନ୍ତ୍ରୀ ସହମତ ହୋଇଥିଲେ। ଏହା ସତ୍ତ୍ୱେ ସୋମବାର ପୁଣିଥରେ ହିଂସାକାଣ୍ଡ ଘଟିଯାଇଛି। ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା ହିଂସା ଘଟଣାର ଭିଡିଓ ପୋଷ୍ଟ କରିଛନ୍ତି, ଯେଉଁଥିରେ ଲୋକମାନେ ଲାଠି ଧରିଥିବା ଦେଖାଯାଇଛି। ଏହା ତୁରନ୍ତ ବନ୍ଦ ହେବା ଦରକାର ବୋଲି ସେ କହିବା ସହ ଶାହାଙ୍କ ହସ୍ତକ୍ଷେପ ଦାବି କରିଛନ୍ତି।

ଅନ୍ୟପକ୍ଷରେ ଆସାମ ମୁଖ୍ୟମନ୍ତ୍ରୀ ଟୁଇଟରରେ ଲେଖିଛନ୍ତି, ମିଜୋରାମ ଏସ୍‌ପି ଆମକୁ ସୀମାନ୍ତ ପୋଷ୍ଟରୁ ହଟିଯିବାକୁ କହୁଛନ୍ତି। ସେପର୍ଯ୍ୟନ୍ତ ସେମାନଙ୍କ ଲୋକେ ଶୁଣୁନାହାନ୍ତି, କି ହିଂସା ବନ୍ଦ କରୁନାହାନ୍ତି। ଏଭଳି ସ୍ଥିତିରେ ଆମେ କିପରି ସରକାର ଚଳାଇବୁ ବୋଲି ପ୍ରଶ୍ନ କରି ହିମନ୍ତ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଛନ୍ତି। ମିଜୋରାମ ଏବଂ ଆସାମ ମଧ୍ୟରେ ୧୬୪.୬ କିଲୋମିଟର ଆନ୍ତଃରାଜ୍ୟ ସୀମା ରହିଛି। ଏହି ସୀମାରେ ମିଜୋରାମର ଆଇଜଲ, କୋଲାସିବ ଏବଂ ମମିଟ ଜିଲା ଏବଂ ଆସାମର ଚାଚର, ହୈଲାକାଣ୍ଡି ଏବଂ କରିମଗଞ୍ଜ ଜିଲା ରହିଛି। ବହୁବର୍ଷ ଧରି ସୀମାନ୍ତର ବିବାଦୀୟ ଅଞ୍ଚଳକୁ ନେଇ ସଂଘର୍ଷ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri