୬ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ

ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍‌ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍‌ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ କଲେ। ଆଉ କାମ କରିବାକୁ ରାଜି ନ ହେବାରୁ ଆରମ୍ଭ ହୋଇଯାଇଥିଲା ଅକଥନୀୟ ନିର୍ଯାତନା। ଏପରିକି ଯୁବତୀମାନଙ୍କୁ ୩ଦିନ ଧରି ଅଟକ ରଖି ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିଲେ। ଅଭିଯୋଗ ପାଇ କମିଶନରେଟ୍‌ ପୋଲିସର ହାଇ ଏଫିସିଏନ୍‌ସି ରେସ୍‌ପନ୍ସ (ହର୍‌) ଟିମ୍‌ ଭୁବନେଶ୍ୱରର ମୃତ୍ୟୁଞ୍ଜୟ ବିହାରସ୍ଥିତ ଏକ ପିଜି ହଷ୍ଟେଲରୁ ଯୁବତୀମାନଙ୍କୁ ଉଦ୍ଧାର କରିଛି। ପୀଡ଼ିତାମାନଙ୍କ ଏତଲାକ୍ରମେ ଧଉଳି ଥାନା ପୋଲିସ ନଶା ବାର୍‌ ମାଲିକ ଶିବପ୍ରସାଦ ମହାନ୍ତି (୫୭) ଓ ଶିଶୁପାଳଗଡ଼ ଅଞ୍ଚଳର ଏଜେଣ୍ଟ ଜ୍ୟୋତିପ୍ରକାଶ ନାୟକ(୪୨)ଙ୍କୁ ଗିରଫ କରିଛି। ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୨୬(୨), ୧୧୫(୨), ୧୧୮(୨), ୧୦୯, ୩୦୩(୨), ୩(୫)ରେ ଏକ ମାମଲା (ନଂ.୪୩୯/୨୦୨୪) ରୁଜୁ କରାଯାଇ ଅଭିଯୁକ୍ତ ଦ୍ୱୟଙ୍କୁ ବୁଧବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri