ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ। ECIଙ୍କ ନିର୍ଦ୍ଦେଶନାମା, ସୁପ୍ରିମକୋର୍ଟଙ୍କ ରାୟର ଉଲ୍ଲଙ୍ଘନ ବୋଲି ସେମାନେ ଲେଖିଛନ୍ତି। ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନାଁରେ ଫୌଜଦାରୀ ମାମଲା ପାଇଁ ସେମାନେ ଚେତାବନୀ ଦେଇଛନ୍ତି। ରାଜ୍ୟ ସଭା ନିର୍ବାଚନରେ ଦଳୀୟ ହ୍ବିପ କାମ କରେ ନାହିଁ ବୋଲି ସେମାନେ ଦର୍ଶାଇଛନ୍ତି।
ଅନ୍ୟପକ୍ଷେ ମୁଖ୍ୟ ସଚେତକ ହ୍ବିପ ଜାରି କରି ବେଆଇନ କାର୍ଯ୍ୟ କରିଛନ୍ତି ବୋଲି ସେମାନେ ଉତ୍ତର ରଖିଛନ୍ତି। ଭୋଟ ଦେବା ପାଇଁ କହିବା ଓ ବିରତ ପାଇଁ ପ୍ରବର୍ତ୍ତାଇବା ଦଣ୍ଡନୀୟ ଅପରାଧ ବୋଲି ସେମାନେ ଦର୍ଶାଇଛନ୍ତି।
Dharitri – Odisha’s No.1 Odia Daily